Posted inଜାତୀୟ

ତୃତୀୟ ପାଳିରେ ୩ୟ ବୃହତ୍‌ ଅର୍ଥନୀତି ହେବ ଭାରତ: ପ୍ରଧାନମନ୍ତ୍ରୀ

ସୁରଟ,୧୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାର ଅମଳରେ ଭାରତ ୩ୟ ବୃହତ୍‌ ଅର୍ଥନୀତି ପାଲଟିବ ବୋଲି ରବିବାର ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଗୁଜରାଟର ସୁରଟ ଡାଇମଣ୍ଡ ବୋର୍ସ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଏହାକୁ ନୂଆ ଭାରତର ଶକ୍ତି ଓ ଦୃଢ଼ତାର ପ୍ରତୀକ ଭାବେ ଅଭିହିତ କରିଛନ୍ତି।
ସୁରଟ ଡାଇମଣ୍ଡ ବୋର୍ସ (ଏସ୍‌ଡିବି) ବିଲ୍ଡିଂ ହେଉଛି ବିଶ୍ୱର ସର୍ବବୃହତ୍‌ ଅଫିସ କମ୍ପ୍ଲେକ୍ସ। ସୁରଟ ସହର ନିକଟ ଖଜେଡ୍‌ ଗ୍ରାମରେ ଅବସ୍ଥିତ ଏହି କମ୍ପ୍ଲେକ୍ସ ୬୭ ଲକ୍ଷ ବର୍ଗଫୁଟ୍‌ ଅଞ୍ଚଳରେ ବିସ୍ତୃତ। ପ୍ରଧାନମନ୍ତ୍ରୀ ଏହାକୁ ଉଦ୍‌ଘାଟନ କରିବା ପରେ ସମ୍ବୋଧିତ କରି କହିଛନ୍ତି, ସୁରଟର ଭବ୍ୟତାରେ ଆଉ ଏକ ହୀରା ଯୋଡ଼ିହୋଇଗଲା। ଯେତେବେଳେ ବି କେହି ବିଶ୍ୱର ଡାଇମଣ୍ଡ ବୋର୍ସ ସମ୍ପର୍କରେ କହିବେ ସେ ନିଶ୍ଚିତ ରୂପେ ସୁରଟ ଓ ଭାରତ କଥା ମନେପକାଇବେ। ସୁରଟର ହୀରା ଶିଳ୍ପ ୮ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେଇଛି। ନୂଆ ବୋର୍ସ ଉଦ୍‌ଘାଟନ ପରେ ଏବେ ଆହୁରି ୧.୫ ନିୟୁତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏସ୍‌ଡିବି ଭାରତୀୟ ଅଳଙ୍କରଣ, ଡିଜାଇନର୍ସ ଓ କନ୍‌ସେପ୍ଟର ସାମର୍ଥ୍ୟକୁ ପ୍ରତିପାଦିତ କରୁଛି। ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ, ଆପଣମାନେ ଜାଣନ୍ତି ଯେ ଭାରତ ଗତ ୧୦ ବର୍ଷ ମଧ୍ୟରେ ବିଶ୍ୱର ୧୦ମ ଅର୍ଥନୀତିରୁ ପଞ୍ଚମ ବୃହତ୍‌ ଆର୍ଥିକ ଶକ୍ତିରେ ପରିଣତ ହୋଇଛି। ମୋର ତୃତୀୟ ପାଳି ସରକାରରେ ଭାରତ ଶୀର୍ଷ ୩ ଅର୍ଥନୀତି ମଧ୍ୟରେ ସ୍ଥାନିତ ହେବ। ଏହା ହେଉଛି ମୋଦିଙ୍କ ଗ୍ୟାରେଣ୍ଟି। ସେହିପରି ସରକାର ଆଗାମୀ ୨୫ ବର୍ଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଭାରତକୁ ୫-୧୦ ଟ୍ରିଲିୟନ୍‌ ଅର୍ଥନୀତିରେ ପରିଣତ କରି ରପ୍ତାନୀ କ୍ଷେତ୍ରକୁ ନୂଆ ସଫଳତାରେ ପହଞ୍ଚାଇବା ଦିଗରେ ଆମେ କାର୍ଯ୍ୟ କରୁଛୁ ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?