Posted inଜାତୀୟ

ଚାଇନାକୁ ପଛରେ ପକାଇ ବିଶ୍ୱର ସବୁଠୁ ଜନବହୁଳ ଦେଶ ହେବ ଭାରତ

ନୂଆଦିଲ୍ଲୀ,୧୧।୭: ଆସନ୍ତା ବର୍ଷ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ଭାବରେ ଭାରତ ଚାଇନାକୁ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ ସୋମବାର ଏହି ସୂଚନା ଦିଆଯାଇଛି। ଆଜି ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ମିଳିତ ଜାତିସଂଘ ଏହି ରିପୋର୍ଟ ଜାରି କରିଛି।
ମିଳିତ ଜାତିସଂଘର ସାମାଜିକ ବ୍ୟାପାର ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୦୨୨ ନଭେମ୍ବର ୧୫ ତାରିଖ ସୁଦ୍ଧା ବିଶ୍ୱର ଲୋକସଂଖ୍ୟା ୮ ଆରବ ହୋଇଯିବା ଅନୁମାନ କରାଯାଉଛି। ୧୯୫୦ ପରଠାରୁ ବିଶ୍ୱର ଜନସଂଖ୍ୟା ଧୀର ଗତିରେ ବଢୁଛି। ୨୦୨୦ରେ, ଜନସଂଖ୍ୟା ଅଭିବୃଦ୍ଧି ହାର ଏକ ପ୍ରତିଶତରୁ କମ ହୋଇଛି। ମିଳିତ ଜାତିସଂଘର ସର୍ବଶେଷ ଆକଳନ ଅନୁଯାୟୀ ୨୦୩୦ ସୁଦ୍ଧା ବିଶ୍ୱର ଜନସଂଖ୍ୟା ପ୍ରାୟ ୮.୫ ଆରବ ଏବଂ ୨୦୫୦ରେ ୯.୭ ଆରବ ବୃଦ୍ଧି ପାଇବ। ୨୦୮୦ ସୁଦ୍ଧା ଏହା ପ୍ରାୟ ୧୦.୪ ଆରବରେ ପହଞ୍ଚିବ।
ମହାଦେଶ ଅନୁସାରେ ଏସିଆ ମହାଦେଶରେ ସବୁଠାରୁ ଅଧିକ ଲୋକ ବସବାସ କରୁଛନ୍ତି। ଏହି ମହାଦେଶର ଲୋକସଂଖ୍ୟା ୪.୭ ଆରବ। ଯାହା ବିଶ୍ୱର ୬୧ ପ୍ରତିଶତ। ଏହା ପରେ ଆଫ୍ରିକା ମହାଦେଶର ଜନସଂଖ୍ୟା ୧.୩ ଆରବ ଅର୍ଥାତ୍‌ ୧୭ ପ୍ରତିଶତ ରହିଛି, ୟୁରୋପର ଜନସଂଖ୍ୟା ୧.୩ ଆରବ ଅର୍ଥାତ୍‌ ୧୦ ପ୍ରତିଶତ, ଲାଟିନ ଆମେରିକା ଏବଂ କାରବିଆନ ଦେଶର ଜନସଂଖ୍ୟା ୬୫ କୋଟି ଅର୍ଥାତ୍‌ ୮ ପ୍ରତିଶତ, ଉତ୍ତର ଆମେରିକା ଜନସଂଖ୍ୟା ୩୭ କୋଟି, ଓସେନିଆର ଲୋକ ସଂଖ୍ୟା ୩୭ କୋଟି ଅର୍ଥାତ୍‌ ୪.୩ କୋଟି ରହିଛି।
ମିଳିତ ଜାତିସଂଘ ରିପୋର୍ଟରେ ୨୦୨୩ ସୁଦ୍ଧା ଭାରତ ଚାଇନାକୁ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି। ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ଜନସଂଖ୍ୟା ୧.୪୧୨ ଆରବ ଥିବାବେଳେ ଚାଇନାର ଜନସଂଖ୍ୟା ୧.୪୨୬ ଆରବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ୨୦୩୫ ପର୍ଯ୍ୟନ୍ତ ପ୍ରମୁଖ ଇଭେଣ୍ଟର କାର୍ଯ୍ୟସୂଚୀ: ଜାଣନ୍ତୁ ଭାରତରେ ହେବ କେଉଁ ସବୁ ବଡ଼ ଇଭେଣ୍ଟ

ନୂଆଦିଲ୍ଲୀ,୧୫।୧୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ୨୦୩୫ ପର୍ଯ୍ୟନ୍ତ ଏହାର ପ୍ରମୁଖ ପୁରୁଷ ଇଭେଣ୍ଟ କାର୍ଯ୍ୟସୂଚୀକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହିତ ପରବର୍ତ୍ତୀ ୩ ବୃହତ୍‌ ଇଭେଣ୍ଟ ଯଥା…

୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟ ଥିବା ପାଞ୍ଚ ଜଣ ଖେଳାଳିଙ୍କୁ ଦଳରୁ ମୁକ୍ତ କରାଯାଇପାରେ; ଆସନ୍ତାକାଲି ଆସିବ ଆଇପିଏଲ (IPL) ୨୦୨୭ ପାଇଁ ରିଟେନସନ ତାଲିକା

ନୂଆଦିଲ୍ଲୀ,୧୬।୧୧: IPL 2027 ପାଇଁ ସମସ୍ତ ଦଳର ରିଟେନସନ ତାଲିକା ନଭେମ୍ବର ୧୭ରେ ପ୍ରକାଶ ପାଇବ। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରିଷଭ ପନ୍ତଙ୍କ ପରି ପ୍ରମୁଖ ଖେଳାଳିମାନେ…

ପୂର୍ବତନ ପ୍ରଧାନ ଶିକ୍ଷକଙ୍କୁ ଝୁରୁଛି ଗାଁ ମାଟି: ଶିକ୍ଷକତା ପରେ କାହଁକି ନେଲେ ଏଭଳି ଚରମ ନିଷ୍ପତ୍ତି

ବରୀ, ୧୬।୧୧ (ମହେନ୍ଦ୍ର ସ୍ୱାଇଁ): ବରୀ ଶିକ୍ଷାମଣ୍ଡଳ ଅନ୍ତର୍ଗତ ଅରଙ୍ଗାବାଦ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ପ୍ରଧାନଙ୍କ ମୃତ୍ୟୁ ଘଟିଛି। ପାରିବାରିକ କଳହକୁ…

୧୩ ଛକା, ୮ଚୌକା ଇତିହାସ ରଚିଲେ ରଜତ ପାଟିଦାର, ୧୩୫ ରନ କରି କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୬।୧୧: ନିଜର ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ରଜତ ପାଟିଦାର, ଗତ କିଛି ବର୍ଷ ମଧ୍ୟରେ ଆଇପିଏଲ (IPL) ରେ ନିଜକୁ ଅନ୍ୟତମ ବିପଜ୍ଜନକ ମଧ୍ୟକ୍ରମ ବ୍ୟାଟର…

କିୱି ମାଟିରେ ଭାରତର କଡ଼ା ପରୀକ୍ଷା, ୧୫ ମିମି ଘାସ…

ନୂଆଦିଲ୍ଲୀ,୧୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୧୯ ତାରିଖରୁ ୱେଲିଂଟନ୍‌ର ଐତିହାସିକ ବେସିନ୍‌ ରିଜର୍ଭ ଷ୍ଟାଡିୟମ୍‌ରେ ଆରମ୍ଭ ହେବ ପ୍ରଥମ ଟେଷ୍ଟ ମ୍ୟାଚ୍‌ । ଏହି…

କାର୍ତ୍ତିକ ମାସର ତୃତୀୟ ସୋମବାରରେ ବଟେଶ୍ୱର ଶୈବପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ: ପାଣି ପାଇଁ ଡହଳବିକଳ ହେଲେ….

ଗଞ୍ଜାମ,୧୬/୧୧ (ବିଦ୍ୟାଧର ସାହୁ): ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର ଅବସରରେ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରେ ୫୦ ହଜାରରୁ…

ନିର୍ବାଚନ ମଇଦାନକୁ ଓହ୍ଲାଇବ CJP? ଅଭିଜିତ ଦୀପକେ ଗଠନ କଲେ ଟିମ୍‌

ନୂଆଦିଲ୍ଲୀ,୧୬।୧୧: ୨୦୨୭ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ, ଯେତେବେଳେ ବିଭିନ୍ନ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି, ସେହି ସମୟରେ ଅଭିଜିତ ଦୀପକେଙ୍କ ଦ୍ୱାରା…

କିଡ୍‌ନୀ ଖରାପ ହେଲେ ଶରୀରରେ ଦେଖାଦିଏ ଏସବୁ ସମସ୍ୟା, କରନ୍ତୁ ନାହିଁ ଅଣଦେଖା

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଜଣାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?