୨୭ରେ ଭାରତ ବନ୍ଦ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୧୪।୯(ବ୍ୟୁରୋ):  ସଂଯୁକ୍ତ କିଷାନ୍‌ ମୋର୍ଚ୍ଚା ତରଫରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡିଶାରେ ଏହାକୁ ସଫଳ କରିବା ପାଇଁ ବିଭିନ୍ନ ଗଣ ସଙ୍ଗଠନକୁ ନେଇ ସୋମବାର ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଦାବି ଏବଂ ବନ୍ଦ ସଫଳ ଲାଗି ପ୍ରଚାର ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ମଙ୍ଗଳବାରଠାରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଜିଲା ଓ ବ୍ଲକ୍‌ ସ୍ତରରେ ପ୍ରସ୍ତୁତି ବୈଠକ, କର୍ମୀ ସଭା, ଗାଁ ବୈଠକ, ଶୋଭାଯାତ୍ରା ଏବଂ ପ୍ରଚାରପତ୍ର ବଣ୍ଟନ ଇତ୍ୟାଦି କାର୍ଯ୍ୟକ୍ରମ କରାଯିବ। ସେହିପରି ୨୬ ତାରିଖରେ ମଶାଲ ଶୋଭାଯାତ୍ରା ଆୟୋଜନ ହେବ। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର କରାଯିବା, ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ରଦ୍ଦ କରିବା, ସମସ୍ତ କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ନିମନ୍ତେ ଆଇନଗତ ବ୍ୟବସ୍ଥା କରାଯିବା ସମେତ ମହିଳା, ଛାତ୍ର, ଯୁବକ, କୃଷି ଶ୍ରମିକ, ଆଦିବାସୀ, ଦଳିତ ଆଦି ସବୁ ବର୍ଗଙ୍କ ଦାବି ଏହି ଆନ୍ଦୋଳନରେ ଅନ୍ତର୍ଭୁକ୍ତ ହୋଇଛି।
କୃଷକ ନେତା ଶଶିଭୂଷଣ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ୫୦ରୁ ଉର୍ଦ୍ଧ୍ୱ ଗଣସଙ୍ଗଠନର କର୍ମକର୍ତ୍ତା ସାମିଲ ଥିଲେ। ବନ୍ଦକୁ ସଫଳ କରିବା ନିମନ୍ତେ ସମସ୍ତ ଗଣସଙ୍ଗଠନର ପ୍ରତିନିଧିମାନଙ୍କୁ ନେଇ ‘୨୭ ସେପ୍ଟେମ୍ବର ଭାରତ ବନ୍ଦ ପ୍ରସ୍ତୁତି କମିଟି’ ଗଠନ କରାଯାଇଛି। ଏଥିସହ ୨୧ ଦଫା ଦାବି ସନନ୍ଦ ଗୃହୀତ ହୋଇଛି। କୃଷକ ନେତା ସୁରେଶ ପାଣିଗ୍ରାହୀ ପ୍ରାରମ୍ଭରେ ଦାବି ସନନ୍ଦ ଓ ପ୍ରଚାର କାର୍ଯ୍ୟକ୍ରମର ଏକ ପ୍ରସ୍ତାବବଳୀ ଉପସ୍ଥାପନ କରିଥିଲେ। କୃଷକ ନେତା ଯମେଶ୍ୱର ସାମନ୍ତରାୟ, ଶଙ୍କର ସାହୁ, ପ୍ରତାପ ନାୟକ, ଶେଷଦେବ ନନ୍ଦ, ଅରୁଣ ଜେନା, ବଂଶୀଧର ପରିଡା, ଶ୍ରମିକ ନେତା ବୀରେନ୍ଦ୍ର ପ୍ରସାଦ ଦାସ, ଜୟନ୍ତ ଦାସ, ପୁଷ୍ପା ଦାଶ, ମହେନ୍ଦ୍ର ପରିଡା, ମହିଳା ନେତ୍ରୀ ଛବି ମହାନ୍ତି, ଛାତ୍ର ନେତା ସୁବାସ ନାୟକ, ଜନ ଆନ୍ଦୋଳନ ତରଫରୁ ପ୍ରଫୁଲ୍ଲ ସାମନ୍ତରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri