ମଜାର-ଏ-ଶରିଫରୁ ସ୍ବତନ୍ତ୍ର ବିମାନରେ ସ୍ବଦେଶ ଫେରିବେ ଭାରତୀୟ ନାଗରିକ

କାବୁଲ,୧୦।୮:ଆଫଗାନିସ୍ତାନରେ ଉପୁଜିଥିବା ହିଂସା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତ ସରକାର ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆଫଗାନିସ୍ତାନର ମଜାର-ଏ-ଶରିଫ ସହର ସ୍ଥିତ ବାଣିଜ୍ୟ ଦୂତାବାସରେ କାର୍ଯ୍ୟରତ ଥିବା ସମସ୍ତ ଭାରତୀୟ କର୍ମଚାରୀ, ଅଧିକାରୀ ଓ ନାଗରିକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ସମସ୍ତ ଭାରତୀୟ ନାଗରିକଙ୍କୁ ଏକ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ସେଠାରୁ ଫେରାଇ ଅଣାଯିବ ବୋଲି ମଜାର-ଏ-ଶରିଫରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ମଙ୍ଗଳବାର ଟୁଇଟ କରି ସୂଚନା ଦିଆଯାଇଛି। ଏଥିପାଇଁ ମଙ୍ଗଳାବର ସନ୍ଧ୍ୟାରେ ମଜାର-ଏ-ଶରିଫରୁ ଏକ ସ୍ବତନ୍ତ୍ର ବିମାନ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବ। ଆଖପାଖରେ ଥିବା ସମସ୍ତ ଭାରତୀୟମାନେ ସନ୍ଧ୍ୟା ବିମାନରେ ନୂଆଦିଲ୍ଲୀକୁ ଫେରିଯାଆନ୍ତୁ ବୋଲି ଦୂତାବାସ ପକ୍ଷରୁ କୁହାଯାଇଛି। ଏଥିସହ କୁହାଯାଇଛି ଯେ, ଯେଉଁ ଭାରତୀୟଙ୍କୁ ନୂଆଦିଲ୍ଲୀ ଯିବାର ଅଛି ସେମାନେ ତୁରନ୍ତ ନିଜ ନାମ, ପାସପୋର୍ଟ ନମ୍ବର ଓ ଅନ୍ୟ ତଥ୍ୟ ହ୍ବାଟ୍ସଆପ ଜରିଆରେ ପଠାନ୍ତୁ। ଏଥିପାଇଁ ଦୁଇଟି ନମ୍ବର ମଧ୍ୟ ଦିଆଯାଇଛି ୦୭୮୫୮୯୧୩୦୩, ୦୭୮୫୮୯୧୩୦୧। ସୂଚନାଯୋଗ୍ୟ, ଆଫଗାନିସ୍ତାନରେ ତାଲିବାନର ବଢ଼ୁଥିବା ଆଧିପତ୍ୟକୁ ଦୃଷ୍ଟିରେ ରଖି ଭାରତ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ପ୍ରତ୍ୟେକ ଦିନ ଆଫଗାନିସ୍ତାନର ସ୍ଥିତି ବିଗିଡ଼ୁଥିବା ବେଳେ ତାଲିବାନ ଗତ ୨-୩ ଦିନରେ ୬ଟି ପ୍ରାଦେଶିକ ରାଜଧାନୀକୁ ଦଖଲ କରିସାରିଛି। ତେଣୁ ଏହି କାରଣରୁ ଭାରତ ନିଜ ଅଧିକାରୀଙ୍କୁ ନେଇ କୌଣସି ରିସ୍କ ନେବାକୁ ଚାହୁଁନାହିଁ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri