Posted inଜାତୀୟ

ଶ୍ରୀଲଙ୍କାକୁ ସହଯୋଗର ହାତ ବଢ଼ାଇଲା ଭାରତ

ନୂଆଦିଲ୍ଲୀ,୨୦ା୧: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାକୁ ଭାରତ ସହାୟତାର ହାତ ବଢ଼ାଇଛି। ବୈଦେଶିକ ଋଣ ଦେୟ ଏବଂ ବାଣିଜ୍ୟରେ ଆର୍ଥିକ ପ୍ରତିବନ୍ଧକ ହଟାଇବାରେ ଭାରତ ଶ୍ରୀଲଙ୍କାକୁ ୨.୪୧୫ ବିଲିୟନ ଡଲାର ଦେବ ବୋଲି ପ୍ରତିଶ୍ରୁତି ଦେଇଛି। ଏହାପୂର୍ବରୁ ଶନିବାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଶ୍ରୀଲଙ୍କାର ଅର୍ଥମନ୍ତ୍ରୀଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଥିଲେ। ଏହି ବୈଠକରେ ଜୟଶଙ୍କର କହିଛନ୍ତି, ଭାରତ ସର୍ବଦା ଶ୍ରୀଲଙ୍କା ପାଖରେ ଛିଡ଼ା ହୋଇଛି ଏବଂ କରୋନା ମହାମାରୀ ଦ୍ୱାରା ଆର୍ଥିକ ତଥା ଅନ୍ୟାନ୍ୟ ସମସ୍ୟାକୁ ଦୂର କରିବା ପାଇଁ ସମସ୍ତ ସାହାଯ୍ୟ ଜାରି ରଖିବ।

ଶ୍ରୀଲଙ୍କାକୁ ଆର୍ଥିକ ସମସ୍ୟା ଦୂର କରିବାରେ ସାହାଯ୍ୟ କରିବା ପାଇଁ ଭାରତ ସାର୍କ ମୁଦ୍ରା ବିନିମୟ ବ୍ୟବସ୍ଥା ଅନୁଯାୟୀ ଶ୍ରୀଲଙ୍କାକୁ ୪୦୦ ମିଲିୟନ ଡଲାରର ଅତିରିକ୍ତ ସହାୟତା ପ୍ରଦାନ କରିଛି। ଦୁଇ ମାସ ପାଇଁ ୫୧୫.୨ମିଲିୟନ ଡଲାରର ଏସୀୟ କ୍ଲିଅରିଂ ଆସୋସିଏଶନ ସମାଧାନ ସ୍ଥଗିତ ରଖାଯାଇଛି। ପଲିସି ରିସର୍ଚ୍ଚ ଗ୍ରୁପ୍‌ ଏହାର ରିପୋର୍ଟରେ କହିଛି ଯେ, ବର୍ତ୍ତମାନର ଇନ୍ଧନ ସଙ୍କଟ ମଧ୍ୟରେ ଶ୍ରୀଲଙ୍କାକୁ ଭାରତ ମହତ୍ତ୍ୱପୂର୍ଣ୍ଣ ସମର୍ଥନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri