ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କରୋନା ମୃତ୍ୟୁର ହିସାବ ମାଗିବ ଭାରତ…

ନୂଆଦିଲ୍ଲୀ/ଡାଭୋସ, ୨୩।୫ : ଭାରତରେ ଅଧିକ କରୋନା ମୃତ୍ୟୁହାର ନେଇ ସ୍ବିଜରଲାଣ୍ଡର ଡାଭୋସରେ ଚାଲିଥିବା ବିଶ୍ୱ ଅଥନୈତିକ ଫୋରମରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀଙ୍କ ସହ ଏନୌପଚାରିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବର୍ତ୍ତମାନ ଜେନେଭାରେ ଅଛନ୍ତି ଏବଂ ତାଙ୍କର କିଛି କ୍ୟାବିନେଟ ସହକର୍ମୀ ବିଶ୍ୱ ଅଥନୈତିକ ଫୋରମରେ ଯୋଗଦେବେ।

ଏହି ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବିବାଦୀୟ ଦାବି ପ୍ରସଙ୍ଗ ଉଠାଇ ପାରନ୍ତି ବୋଲି କୁହାଯାଉଛି। କିଛି ପୂର୍ବରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଭାରତରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ପ୍ରକାଶ କରିଥିଲା, ଯାହା ଭାରତ ସରକାରଙ୍କ ଆକଳନଠାରୁ ସମ୍ପୂର୍ଣ୍ଣ ଭିନ୍ନ ଥିଲା। ଏଥିରେ କୁହାଯାଇଥିଲା ଯେ କରୋନା ଯୋଗୁ ୧ ଜାନୁଆରୀ ୨୦୨୦ ରୁ ୩୧ ଡିସେମ୍ବର ୨୦୨୧ ମଧ୍ୟରେ ଭାରତରେ ୪୭ ଲକ୍ଷ ଜଣଙ୍କ ମୃତ୍ୟୁ ଘଟିଛି। ଭାରତ ସରକାରଙ୍କ ସରକାରୀ ଆକଳନ ଅନୁଯାୟୀ ଏହି ସଂଖ୍ୟା ପ୍ରାୟ ୫ ଲକ୍ଷ ୨୦ ହଜାର ବୋଲି କୁହାଯାଉଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏହି ପରିସଂଖ୍ୟାନ ପ୍ରକାଶ ପାଇବା ପରେ ଭାରତ ସରକାର ସ୍ପଷ୍ଟ ଭାବରେ କହିଥିଲେ ଯେ କରୋନା ଆକ୍ରାନ୍ତଙ୍କ ଅଧିକ ମୃତ୍ୟୁହାର ଆକଳନ ନେଇ ସହମତ ନୁହନ୍ତି। ଭାରତ ବର୍ତ୍ତମାନ ଏହି ପ୍ରସଙ୍ଗକୁ ବ୍ୟକ୍ତିଗତ ଭାବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସହିତ ଆଲୋଚନା କରିବ ବୋଲି କୁହାଯାଉଛି। ୫ ମେ’ରେ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଏକ ରିପୋର୍ଟ ପ୍ରକାଶ ପାଇଥିଲା। ଏଥିରେ ଭାରତରେ କରୋନା ଯୋଗୁ ହେତୁ ମୃତ୍ୟୁ ସଂଖ୍ୟା ନେଇ ତଥ୍ୟ ପ୍ରକାଶ ପାଇଥିଲା।

ଏହି ମୃତ୍ୟୁ ସଂଖ୍ୟା ଭାରତ ସରକାରଙ୍କ ରିପୋର୍ଟର ପ୍ରାୟ ୧୦ ଗୁଣାଥିଲା। ଭାରତ ସରକାର, ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୂଲ୍ୟାଙ୍କନକୁ ବିରୋଧ କରି କହଥିଲେ ଯେ, ପ୍ରକ୍ରିୟା, ପଦ୍ଧତି ଏବଂ ପରିଣାମ ଅନେକ କ୍ଷେତ୍ରରେ ତ୍ରୁଟିପୂର୍ଣ୍ଣ ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ରିପୋର୍ଟ ପ୍ରକାଶ ପାଇବା ପରେ ନୀତି ଆୟୋଗ ସଦସ୍ୟ ବି.କେ ପାଲ କହିଥିଲେ ଯେ ଭାରତ ଏହି ସଂଖ୍ୟାକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାଖ୍ୟାନ କରୁଛି। ଏହି ତଥ୍ୟ ସତ୍ୟ ନୁହେଁ ବୋଲି ଭାରତ ସରକାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri