Posted inଜାତୀୟ

୨୦୨୨ରେ ଦୁଇଟି ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ ଭାରତ…

ନୂଆଦିଲ୍ଲୀ,୨୦।୧୧: ଭାରତ ୨୦୨୨ରେ ଦୁଇଟି ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ। ରୁଷିଆର ଏହି ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଭାରତୀୟ ସେନାଙ୍କ ଶକ୍ତି ବୃଦ୍ଧି ପାଇପାରିବ। ଲଦାଖ ଏବଂ ଅରୁଣାଚଳ ପ୍ରଦେଶରେ ଥିବା ଏଲଏସିଠାରେ ଚାଇନା ଦ୍ୱାରା ସୃଷ୍ଟି ହେଉଥିବା ଉତ୍ତେଜନାର କଡ଼ା କବାବ ଦେବାକୁ ଏହି ପ୍ରତିରକ୍ଷା ପ୍ରଣାଳୀ ଉପଯୋଗୀ ହୋଇପାରିବ।

୨୦୨୨ରେ ଭାରତର ଉତ୍ତର ଏବଂ ପୂର୍ବ ସୀମାରେ ଅତି କମରେ ଦୁଇଟି ରେଜିମେଣ୍ଟରେ ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ଦ୍ୱାରା ଲଦାଖର ୧,୫୯୭ କିଲୋମିଟର ସୀମାରେ ଚାଇନାର ପିଏଲ୍‌ଏର ମୁକାବିଲା କରିବା ସହଜ ହୋଇ ପାରିବ।

ରୁଷିଆରେ ତାଲିମ ପ୍ରାପ୍ତ ଦୁଇଟି ଭାରତୀୟ ସାମରିକ ଦଳଙ୍କ ଦ୍ୱାରା ଏସ୍‌-୪୦୦ ସିଷ୍ଟମ କାର୍ଯ୍ୟକ୍ଷମ ହେବ। ଏହାର ଲକ୍ଷ୍ୟଭେଦ କ୍ଷମତା ପ୍ରାୟ ୪୦୦ କିଲୋମିଟର ଦୂରତା ରହିଛି। ରୁଷର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଯୋଗୁଁ ଭାରତ ଅଳ୍ପ ସମୟ ମଧ୍ୟରେ ଦୁଇଟି ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ପାଇବାକୁ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri