Posted inଜାତୀୟ

୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…

ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ ବର୍ତ୍ତମାନ ବ୍ରିଟେନକୁ ପଛରେ ପକାଇଛୁ। ବ୍ରିଟେନ ଭାରତକୁ ୨୦୦ ବର୍ଷରୁ ଅଧିକ ବର୍ଷ ଧରି ଶାସନ କରିଥିଲା। ବର୍ତ୍ତମାନ ଆମର ଲକ୍ଷ୍ୟ ହେଉଛି ଜାପାନ ଏବଂ ଫ୍ରାନ୍ସ ପରି ଦେଶକୁ ଅତିକ୍ରମ କରି ବିଶ୍ୱର ତୃତୀୟ ଶକ୍ତିଶାଳୀ ଅର୍ଥନୀତି ହେବା।

ସାନ ଫ୍ରାନ୍ସିସ୍କୋରେ ପହଞ୍ଚିଥିବା କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଯେ ଭାରତ ବିଶ୍ୱର ଅନ୍ୟତମ ଆକର୍ଷଣୀୟ ପୁଞ୍ଜି ବିନିଯୋଗର ସ୍ଥାନ ହୋଇପାରିଛି। ବିଶ୍ୱର ନେତା ତଥା ବିକଶିତ ଦେଶମାନେ ଭାରତ ସହ ସେମାନଙ୍କର ଯୋଗଦାନ ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ଭାରତ ସହିତ ବାଣିଜ୍ୟ ବୃଦ୍ଧି ପାଇଁ ସେମାନେ ଦ୍ୱିପାକ୍ଷିକ ଚୁକ୍ତି ଖୋଜୁଛନ୍ତି ।

କାଲିଫର୍ନିଆରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଭାରତରେ ଗେମ୍‌ ଚେଞ୍ଜିଂ ଅର୍ଥନୈତିକ ସଂସ୍କାର କରାଯାଇଛି। ଅର୍ଥନୈତିକ କାର୍ଯ୍ୟକଳାପର ସୀମା ବିସ୍ତାର କରିବାକୁ ନୂଆ ଉତ୍ସାହ ସୃଷ୍ଟି କରାଯାଇଛି। ଭାରତରେ ଅଭିବୃଦ୍ଧି ହାର ଦର୍ଶାଉଛି ଯେ ଆମେ ଆସନ୍ତା ୩୦ ବର୍ଷ ମଧ୍ୟରେ ୩୦ ଟ୍ରିଲିୟନ ଡଲାର ଅର୍ଥନୀତି ହେବାକୁ ପ୍ରସ୍ତୁତ ଅଛୁ। କୋଭିଡ ମହାମାରୀ, ୟୁକ୍ରେନ-ରୁଷିଆ ମଧ୍ୟରେ ବିବାଦ ଯୋଗୁ ସାରା ବିଶ୍ୱରେ ଦରଦାମ ବୃଦ୍ଧି ପାଇଛି। ବିକଶିତ ଦେଶମାନଙ୍କରେ ମୁଦ୍ରାସ୍ଫୀତି ମଧ୍ୟ ୧୦-୧୧ ପ୍ରତିଶତ ଥିବାବେଳେ ଭାରତରେ ଏହା ୬-୭ ପ୍ରତିଶତ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri