Posted inଜାତୀୟ

୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…

ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ ବର୍ତ୍ତମାନ ବ୍ରିଟେନକୁ ପଛରେ ପକାଇଛୁ। ବ୍ରିଟେନ ଭାରତକୁ ୨୦୦ ବର୍ଷରୁ ଅଧିକ ବର୍ଷ ଧରି ଶାସନ କରିଥିଲା। ବର୍ତ୍ତମାନ ଆମର ଲକ୍ଷ୍ୟ ହେଉଛି ଜାପାନ ଏବଂ ଫ୍ରାନ୍ସ ପରି ଦେଶକୁ ଅତିକ୍ରମ କରି ବିଶ୍ୱର ତୃତୀୟ ଶକ୍ତିଶାଳୀ ଅର୍ଥନୀତି ହେବା।

ସାନ ଫ୍ରାନ୍ସିସ୍କୋରେ ପହଞ୍ଚିଥିବା କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଯେ ଭାରତ ବିଶ୍ୱର ଅନ୍ୟତମ ଆକର୍ଷଣୀୟ ପୁଞ୍ଜି ବିନିଯୋଗର ସ୍ଥାନ ହୋଇପାରିଛି। ବିଶ୍ୱର ନେତା ତଥା ବିକଶିତ ଦେଶମାନେ ଭାରତ ସହ ସେମାନଙ୍କର ଯୋଗଦାନ ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ଭାରତ ସହିତ ବାଣିଜ୍ୟ ବୃଦ୍ଧି ପାଇଁ ସେମାନେ ଦ୍ୱିପାକ୍ଷିକ ଚୁକ୍ତି ଖୋଜୁଛନ୍ତି ।

କାଲିଫର୍ନିଆରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଭାରତରେ ଗେମ୍‌ ଚେଞ୍ଜିଂ ଅର୍ଥନୈତିକ ସଂସ୍କାର କରାଯାଇଛି। ଅର୍ଥନୈତିକ କାର୍ଯ୍ୟକଳାପର ସୀମା ବିସ୍ତାର କରିବାକୁ ନୂଆ ଉତ୍ସାହ ସୃଷ୍ଟି କରାଯାଇଛି। ଭାରତରେ ଅଭିବୃଦ୍ଧି ହାର ଦର୍ଶାଉଛି ଯେ ଆମେ ଆସନ୍ତା ୩୦ ବର୍ଷ ମଧ୍ୟରେ ୩୦ ଟ୍ରିଲିୟନ ଡଲାର ଅର୍ଥନୀତି ହେବାକୁ ପ୍ରସ୍ତୁତ ଅଛୁ। କୋଭିଡ ମହାମାରୀ, ୟୁକ୍ରେନ-ରୁଷିଆ ମଧ୍ୟରେ ବିବାଦ ଯୋଗୁ ସାରା ବିଶ୍ୱରେ ଦରଦାମ ବୃଦ୍ଧି ପାଇଛି। ବିକଶିତ ଦେଶମାନଙ୍କରେ ମୁଦ୍ରାସ୍ଫୀତି ମଧ୍ୟ ୧୦-୧୧ ପ୍ରତିଶତ ଥିବାବେଳେ ଭାରତରେ ଏହା ୬-୭ ପ୍ରତିଶତ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri