Posted inଜାତୀୟ

ଡବ୍ଲ୍ୟୁଟିଓ ଅନୁମତି ଦେଲେ ବିଶ୍ୱକୁ ଖାଦ୍ୟ ଯୋଗାଇବ ଭାରତ: ମୋଦି

ନୂଆଦିଲ୍ଲୀ,୧୩ା୪: ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟୁଟିଓ) ଅନୁମତି ଦେଲେ ବିଶ୍ୱକୁ ଭାରତ ଖାଦ୍ୟ ଯେଗାଇବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଆଲୋଚନା ବେଳେ କହିଥିବା ମଙ୍ଗଳବାର ସୂଚନା ଦେଇଛନ୍ତି।
ଅହମଦାବାଦ ନିକଟସ୍ଥ ଶ୍ରୀ ଅନ୍ନପୂର୍ଣ୍ଣା ଧାମ ଟ୍ରଷ୍ଟର ଏକ ହଷ୍ଟେଲ ଏବଂ ଏଜୁକେଶନ୍‌ କମ୍ପ୍ଲେକ୍ସକୁ ଭିଡିଓ କନ୍‌ଫରେନ୍ସ ଜରିଆରେ ମୋଦି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଭାଗରେ ମହଜୁଦ ଥିବା ଖାଦ୍ୟ କମିବାରେ ଲାଗିଛି। କୋଭିଡ୍‌-୧୯ ସଂକ୍ରମଣ ପରେ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଭାରତ ନିଜ ୮୦ କୋଟି ଲୋକଙ୍କୁ ମାଗଣାରେ ଖାଦ୍ୟ ଯୋଗାଉଥିବା ଦେଖି ବିଶ୍ୱ ବିସ୍ମିତ ହୋଇଯାଇଛି। କୋଟି କୋଟି ଲୋକଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଖାଦ୍ୟଶସ୍ୟ ଯୋଗାଇ ଦିଆଯିବା ବଡ଼ କଥା। ଏଭଳି ସମୟରେ ଚାହୁଁ ଥିବା ସାମଗ୍ରୀ ପାଉ ନ ଥିବାରୁ ସାରା ବିଶ୍ୱ ଅନିଶ୍ଚିତତା ଦେଇ ଗତି କରୁଛି। ସବୁ ଦ୍ୱାର ବନ୍ଦ ହେବାରେ ଲାଗିଥିବାରୁ ପେଟ୍ରୋଲ, ତେଲ ଓ ସାର କିଣିବା କଷ୍ଟକର ହୋଇପଡ଼ିଛି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଆରମ୍ଭ ହେବା ପରଠାରୁ ସମସ୍ତେ ନିଜ ଷ୍ଟକ୍‌ ସୁନିଶ୍ଚିତ କରିବାକୁ ଚାହୁଁଛନ୍ତି। ବିଶ୍ୱ ଏକ ନୂଆ ସମସ୍ୟାକୁ ସାମ୍ନା କରୁଛି। ବିଶ୍ୱର ଖାଦ୍ୟ ଷ୍ଟକ୍‌ ଖାଲି ହେବାରେ ଲାଗିଛି। ହେଲେ ଆମ ପାଖରେ ଦେଶବାସୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ମହଜୁଦ ରହିଛି। କିନ୍ତୁ ଆମ ଚାଷୀମାନେ ସାରା ବିଶ୍ୱ ମୁହଁରେ ଆହାର ଦେବା ଲାଗି ବ୍ୟବସ୍ଥା କରିଛନ୍ତି। ଯଦି ଡବ୍ଲ୍ୟୁଟିଓ ଅନୁମତି ଦିଏ ତେବେ ଭାରତ ଆସନ୍ତା କାଲିଠୁ ବିଶ୍ୱକୁ ଖାଦ୍ୟ ଯୋଗାଇବାକୁ ପ୍ରସ୍ତୁତ ଥିବା ମୋଦି ସୋମବାର ବାଇଡେନ୍‌ଙ୍କ ସହ ଆଲୋଚନା ବେଳେ ତାଙ୍କୁ ଅବଗତ କରାଇଥିବା କହିଛନ୍ତି। ଏହି ଅବସରରେ ମୋଦି ଅଭାବୀଙ୍କୁ ସହଯୋଗର ହାତ ବଢ଼ାଉଥିବା ପାଟିଦାର ସମୁଦାୟକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri