Posted inଜାତୀୟ

ଟୁଇଟର ବିରୋଧରେ ପାତର ଅନ୍ତର ଅଭିଯୋଗ ଆଣିଲା ଭାରତ

ନୂଆଦିଲ୍ଲୀ,୧୧।୨: ଭାରତ ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟୁଇଟର ପାତର ଅନ୍ତର କରୁଥିବା ଅଭିଯୋଗ ସରକାରଙ୍କ ପକ୍ଷରୁ କରାଯାଇଛି। ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ହୋଇଥିବା ଟ୍ରାକ୍ଟର ରାଲି ହିଂସା ପରେ ଭାରତ ସରକାର କେତେକ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଇବା ଲାଗି ଅନୁରୋଧ କରିଥିଲେ। ଏସବୁ ଟୁଇଟର ଆକାଉଣ୍ଟ ଦ୍ୱାରା ଦେଶରେ ଆଶାନ୍ତି ସୃଷ୍ଟି କରିବା ପାଇଁ ଷଡ଼ଯନ୍ତ୍ର କରାଯାଇ ବିଭିନ୍ନ ଅପତ୍ତି ଜନକ କଣ୍ଟେଟ୍‌ ଅପଲୋଡ୍‌ କରାଯାଉଥିବା ଭାରତ ସରକାର କହିଥିଲେ। ତେବେ କେବଳ ୨୫୭ ଆକାଉଣ୍ଟକୁ ବନ୍ଦ କରିବା ପରେ ଟୁଇଟର ଅନ୍ୟ ଆକାଉଣ୍ଟକୁ କରିବା ପାଇଁ ଅମଙ୍ଗ ହୋଇଥିଲା। ଏହା ଦ୍ୱାରା ବାକ୍‌ ସ୍ବାଧୀନତାର ଉଲ୍ଲଂଘନ ହେଉଥିବା ଟୁଇଟର କହିଥିଲା। ଆମେରିକା କ୍ୟାପିଟୋଲ ହିଲ୍‌ ହିଂସା ପରେ ଟୁଇଟର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମେତ ଅନ୍ୟ ଆକାଉଣ୍ଟଗୁଡ଼ିକ ଉପରେ ସ୍ଥାୟୀ ପ୍ରତିବନ୍ଧକ ଲଗାଇଥିଲା। ମାତ୍ର ଦିଲ୍ଲୀ ହିଂସାରେ ଭାରତ ସରକାରଙ୍କ ଅନୁରୋଧ ପାଳନ କ୍ଷେତ୍ରରେ ଟୁଇଟର ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri