Posted inଜାତୀୟ

ପ୍ରତିଶୋଧ ନେଲା ଭାରତ ‘ଅପରେସନ ସିନ୍ଦୂର’ ରେ ଦେଲା କଡ଼ା ଜବାବ

ନୂଆଦିଲ୍ଲୀ,୭।୫: ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri