Posted inଖେଳ

ଟେଷ୍ଟ ଚାମ୍ପିୟନଶିପ୍‌ ତାଲିକା ଶୀର୍ଷରେ ଭାରତ

ଦୁବାଇ,୭।୩(ପି.ଟି.): ଇଂଲଣ୍ଡକୁ ୩-୧ରେ ଟେଷ୍ଟ ସିରିଜରେ ପରାସ୍ତ କରିବା ସହ ଭାରତ ଶନିବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍‌ର ଲିଗ୍‌ ପର୍ଯ୍ୟାୟ ଶେଷରେ ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଛି। ଏଥିସହ ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ମୋଟ ଉପରେ ୧୨ଟି ବିଜୟ, ୪ଟି ପରାଜୟ ଓ ଗୋଟିଏ ଡ୍ର ସହ ୫୨୦ ପଏଣ୍ଟ ହାସଲ କରିଛି। ଇଂଲଣ୍ଡର ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ଆସନ୍ତା ଜୁନ୍‌ରେ ପରସ୍ପରକୁ ଭେଟିବେ। ନ୍ୟୁଜିଲାଣ୍ଡ ୭ ବିଜୟ ଓ ୪ ପରାଜୟ ସହ ୪୨୦ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ଅଷ୍ଟ୍ରେଲିଆ ୩୩୨ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛି। ଇଂଲଣ୍ଡ ଚତୁର୍ଥ, ପାକିସ୍ତାନ ପଞ୍ଚମ ସ୍ଥାନରେ ରହିଛି।
କରୋନା କାରଣରୁ ପଏଣ୍ଟ ଟେବୁଲ ଫର୍ମାଟ୍‌ରେ ପରିବର୍ତ୍ତନ
କୋଭିଡ୍‌-୧୯ ମହାମାରୀ କାରଣରୁ ଅନ୍ତର୍ଜାତୀୟ କ୍ୟାଲେଣ୍ଡରରେ ବ୍ୟାଘାତ ସୃଷ୍ଟି ହୋଇଥିବାରୁ ପଏଣ୍ଟ ଟେବୁଲର ଫର୍ମାଟ୍‌ରେ ପରିବର୍ତ୍ତନ କରାଯାଇଥିଲା। ଅପେକ୍ଷାକୃତ କମ୍‌ ମ୍ୟାଚ୍‌ ଖେଳିଥିବା ଦଳଗୁଡିକ ସହ ଭେଦଭାବ ନ କରିବା ପାଇଁ ଆଇସିସି ଏପରି ନିଷ୍ପତ୍ତି ନେଇଥିଲା। ଅନିଲ କୁମ୍ବଲେଙ୍କ ଅଧ୍ୟକ୍ଷତାରେ ଆଇସିସି କ୍ରିକେଟ କମିଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲା। ଦଳଗୁଡିକର ର଼୍ୟାଙ୍କିଙ୍ଗ୍‌ ପର୍ସେଣ୍ଟେଜ୍‌କୁ ଦୃଷ୍ଟିରେ ରଖି ମୂଲ୍ୟାଙ୍କନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହାଦ୍ୱାରା ଦଳଗୁଡିକ ଖେଳିଥିବା ସିରିଜ ଓ ସେହି ସିରିଜରେ ହାସଲ କରିଥିବା ପଏଣ୍ଟକୁ ବିଚାର କରାଯାଇ ପର୍ସେଣ୍ଟେଜ୍‌ ବାହାର କରାଯାଇଥାଏ। ପ୍ରଥମେ ଭାରତ ଶୀର୍ଷରେ ରହିଥିଲା। ତେବେ ଏହା ଲାଗୁ ହେବା ପରେ ଭାରତ ପଛରେ ପଡିଯାଇଥିଲା। ଶେଷରେ ଭାରତ ପ୍ରତ୍ୟାବର୍ତ୍ତନ କରି ଶୀର୍ଷସ୍ଥାନ ଅଧିକାର କରିଛି। ଲିଗ୍‌ ପର୍ଯ୍ୟାୟ ଶେଷରେ ଭାରତ ୭୨.୨ ପିସିଟି ପର୍ସେଣ୍ଟେଜ ପାଇ ଶୀର୍ଷରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ୭୦.୦ ପର୍ସେଣ୍ଟେଜ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ଅଷ୍ଟ୍ରେଲିଆ ୬୯.୨ ପର୍ସେଣ୍ଟେଜ ସହ ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri