Posted inଜାତୀୟ

ଦେଶରେ ଆରମ୍ଭ ହେବ ପ୍ରଥମ ଟୟ ଫେୟାର: ଏକ ହଜାର ଖେଳନା କାରିଗରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୫ ।୨: ମୋଦି ସରକାର ଦେଶରେ ଖେଳନା କାରିଗରଙ୍କୁ ସ୍ୱାବଲମ୍ବୀ କରିବାକୁ ‘ଆତ୍ମନିର୍ଭର ଭାରତ’ ଓ ‘ଭୋକାଲ ଫର୍ ଲୋକାଲ’ର ଆହ୍ୱାନ କରିଛନ୍ତି । ଏହି ଆଧାରାରେ ଦେଶରେ ପ୍ରଥମଥର ଭର୍ଚୁଆଲ ଇଣ୍ଡିଆ ଟୟ ଫେୟାର-୨୦୨୧ ଆୟୋଜନ ହେବାକୁ ଯାଉଛି । ଏଥିରେ ସାରା ଦେଶରୁ ୧ହଜାରରୁ ଅଧିକ ଖେଳନା କାରିଗରଙ୍କ ଖେଳନା ଦେଖିବାର ଓ କ୍ରୟ କରିବାର ସୁଯୋଗ ମିଳିବ । ଦେଶରେ ବଢି ଚାଲିଥିବା ଖେଳନା ଉଦ୍ୟୋଗ ପାଇଁ ମଞ୍ଚ ପ୍ରଦାନ କରିବାକୁ କେନ୍ଦ୍ର ସରକାର ୨୭ ଫେବୃୟାରୀରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଡିଜିଟାଲ ମାଧ୍ୟମରେ ଏହି ମେଳାର ଆୟୋଜନ କରିବେ । ଏଥିରେ ଦେଶର ବିଭିନ୍ନ ରାଜ୍ୟର ବ୍ୟବସାୟୀଙ୍କୁ ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିବ । ଏଥିପାଇଁ ଏକ ୱେସାଇଟର ଉଦ୍‌ଘାଟନ ବି କରାଯାଇଛି । ବୁଧବାର ସୁଦ୍ଧା ଏଥିରେ ପ୍ରାୟ ୨ ମିଲିୟନରୁ ଅଧିକ ବ୍ୟବସାୟୀ ରେଜିଷ୍ଟ୍ରେଶନ କରି ସାରିଥିବା ଜଣାପଡିଛି । ରେଜିଷ୍ଟେଶନର ଶେଷ ତାରିଖ ୨୬ ଫେବୃୟାରୀ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri