Posted inଜାତୀୟ

ଦେଶରେ ଆରମ୍ଭ ହେବ ପ୍ରଥମ ଟୟ ଫେୟାର: ଏକ ହଜାର ଖେଳନା କାରିଗରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୫ ।୨: ମୋଦି ସରକାର ଦେଶରେ ଖେଳନା କାରିଗରଙ୍କୁ ସ୍ୱାବଲମ୍ବୀ କରିବାକୁ ‘ଆତ୍ମନିର୍ଭର ଭାରତ’ ଓ ‘ଭୋକାଲ ଫର୍ ଲୋକାଲ’ର ଆହ୍ୱାନ କରିଛନ୍ତି । ଏହି ଆଧାରାରେ ଦେଶରେ ପ୍ରଥମଥର ଭର୍ଚୁଆଲ ଇଣ୍ଡିଆ ଟୟ ଫେୟାର-୨୦୨୧ ଆୟୋଜନ ହେବାକୁ ଯାଉଛି । ଏଥିରେ ସାରା ଦେଶରୁ ୧ହଜାରରୁ ଅଧିକ ଖେଳନା କାରିଗରଙ୍କ ଖେଳନା ଦେଖିବାର ଓ କ୍ରୟ କରିବାର ସୁଯୋଗ ମିଳିବ । ଦେଶରେ ବଢି ଚାଲିଥିବା ଖେଳନା ଉଦ୍ୟୋଗ ପାଇଁ ମଞ୍ଚ ପ୍ରଦାନ କରିବାକୁ କେନ୍ଦ୍ର ସରକାର ୨୭ ଫେବୃୟାରୀରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଡିଜିଟାଲ ମାଧ୍ୟମରେ ଏହି ମେଳାର ଆୟୋଜନ କରିବେ । ଏଥିରେ ଦେଶର ବିଭିନ୍ନ ରାଜ୍ୟର ବ୍ୟବସାୟୀଙ୍କୁ ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିବ । ଏଥିପାଇଁ ଏକ ୱେସାଇଟର ଉଦ୍‌ଘାଟନ ବି କରାଯାଇଛି । ବୁଧବାର ସୁଦ୍ଧା ଏଥିରେ ପ୍ରାୟ ୨ ମିଲିୟନରୁ ଅଧିକ ବ୍ୟବସାୟୀ ରେଜିଷ୍ଟ୍ରେଶନ କରି ସାରିଥିବା ଜଣାପଡିଛି । ରେଜିଷ୍ଟେଶନର ଶେଷ ତାରିଖ ୨୬ ଫେବୃୟାରୀ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri