Posted inଖେଳ

ବାରବାଟୀରେ ୧୪୮ ରନ୍‌ରେ ଅଟକିଲା ଭାରତ

କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୪୮ ରନ୍‌ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ୧୪୯ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ।

ଭାରତର ଓପନିଂ ବ୍ୟାଟର ଇଶାନ କିଷନ ଏବଂ ଋତୁରାଜ ଗାଇକକ୍ବାଡ ବ୍ୟାଟିଂ ଆରମ୍ଭ କରିଥିଲେ। ହେଲେ ପ୍ରଥମ ଓଭରରେ ଋତୁରାଜ ଗାଇକକ୍ବାଡ ୧ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଇଶାନ କିଷନ ୩୪ ରନ୍‌ (୨ ଚଉକା, ୩ ଛକା ) ଦ୍ୱିତୀୟ ଉଇକେଟ ଭାବେ ଆଉଟ ହୋଇଥିଲେ। ଶେୟସ୍‌ ଆୟର କିଛି ସମୟ ଧର୍ଯ୍ୟର ସହ ବ୍ୟାଟିଂ କରି ୪୦ ରନ୍‌ (୨ ଚଉକା ଏବଂ ୨ଉକା) କରିଥିଲେ। ଅଧିନାୟକ ଋଷଭ ପନ୍ତ ୫ରନ୍‌ କରିଥିବା ବେଳେ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୯ ରନ୍‌ (୧ ଚଉକା) କରିବାରେ ସକ୍ଷମ ହୋଇଥିଲେ। ଏଭଳି ସ୍ଥିତିରେ ଭାରତ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ମ୍ୟାଚର ଶେଷ ବେଳକୁ ଦୀନେଶ କାର୍ତ୍ତିକ ୨୧ ବଲ୍‌ରେ ୩୦ରନ୍‌(୨ ଚଉକା ଏବଂ ୨ଛକା) ଏବଂ ହର୍ଷଲ ପଟେଲ ୧୨ ରନ୍‌ (୨ ଚଉକା) କରି ଅପରାଜିତ ରହିଥିଲେ। ଫଳରେ ଭାରତ ଦକ୍ଷିଣ ଆଫ୍ରିକାର ଆଗରେ ୧୪୯ ରନ୍‌ର ଟାର୍ଗେଟ୍‌ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?