ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି। କରୋନା ସଂକ୍ରମଣରେ ଭାରତ ବ୍ରାଜିଲ୍‌କୁ ପଛରେ ପକାଇ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ପ୍ରଥମ ସ୍ଥାନରେ ଆମେରିକା ରହିଛି। ତାଲିକାରେ ଭାରତ ତଳେ ବ୍ରାଜିଲ୍‌ ଏବଂ ରୁଷ୍‌ ରହିଛନ୍ତି। ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ଟପିଛି। ଅପରପକ୍ଷରେ ବ୍ରାଜିଲ୍‌ରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଲକ୍ଷରୁ ଅଧିକ ରହିଛି। ତେବେ ଦେଶରେ ସୁସ୍ଥ ହେବା ହାର ଚିକିତ୍ସିତ ହେଉଥିବା ଆକ୍ରାନ୍ତଠାରୁ ଅଧିକ ରହିଛି। ସୁସ୍ଥଙ୍କ ସଂଖ୍ୟା ଚିକିତ୍ସିତଙ୍କ ସଂଖ୍ୟା ଠାରୁ ସାଢ଼େ ୩ ଗୁଣା ଅଧିକ ରହିଛି। ସୁସ୍ଥଙ୍କ ସଂଖ୍ୟା ୩୧ ଲକ୍ଷ ୮୦ ହଜାରରୁ ଅଧିକ ଥିବାବେଳେ ଚିକିତ୍ସିତଙ୍କ ସଂଖ୍ୟା ୮ଲକ୍ଷ ୬୨ ହଜାରରୁ ଅଧିକ ରହିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଦେଶର ସୁସ୍ଥ ହେବା ହାର ୭୭ ପ୍ରତିଶତ ରହିଛି। ୬ଟି ରାଜ୍ୟରେ ସୁସ୍ଥ ହେବା ହାର ୮୦ ପ୍ରତିଶତରୁ ଅଧିକ ରହିଛି। ସେଥିମଧ୍ୟରୁ ଦିଲ୍ଲୀରେ ସୁସ୍ଥ ହେବା ହାର ୮୯ ପ୍ରତିଶତ, ବିହାରରେ ୮୮, ତାମିଲନାଡୁରେ ୮୬, ପଶ୍ଚିମବଙ୍ଗରେ ୮୩, ରାଜସ୍ଥାନରେ ୮୨ ଏବଂ ଗୁଜରାଟରେ ୮୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri