ଭାରତ-ୟୁଏଇ ବାଣିଜ୍ୟ ୮୮ ବିଲିୟନ ଡଲାର ଟପିବ…

ନୂଆଦିଲ୍ଲୀ,୨୨।୧୧ : ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ର ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶେଖ ଅବଦୁଲ୍ଲା ବିନ ଜାଏଦ ଅଲ ନାହାନ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କ ସହ ଏକ ଉଚ୍ଚ ସ୍ତରୀୟ ପ୍ରତିନିଧୀ ଦଳ ମଧ୍ୟ ଭାରତ ଆସିଛନ୍ତି। ତାଙ୍କ ସହିତ ଭାରତୀୟ ପ୍ରତିପକ୍ଷ ଏସ.ଜୟଶଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା।

ହାଇଦ୍ରାବାଦ ହାଉସରେ ହୋଇଥିବା ଏହି ବୈଠକରେ ଉଭୟ ନେତା ଭାରତ ଏବଂ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ଉପରେ ଆଲୋଚନା କରିଥିଲେ। ଏଥିରେ ଟଙ୍କା ଏବଂ ଦିରହମରେ ବାଣିଜ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହା ବ୍ୟତୀତ ୟୁଏଇରେ ବାସ କରୁଥିବା ୩.୫ ମିଲିୟନ ଭାରତୀୟ ଭାରତକୁ ଟଙ୍କା ପଠାଇବା ପାଇଁ ୟୁପିଆଇକୁ ଏକ ପେମେଣ୍ଟ ପ୍ଲାଟଫର୍ମ ଭାବରେ ବ୍ୟବହାର ବିଷୟରେ ଆଲୋଚନା ମଧ୍ୟ ହୋଇଥିଲା।

ଏହି ସମୟରେ ଦୁଇ ନେତା ଦ୍ୱିପାକ୍ଷିକ ସମ୍ପର୍କକୁ ଆଗକୁ ନେଇ ଏକ ମିଳିତ  ଡକ୍ୟୁମେଣ୍ଟ ମଧ୍ୟ ଆରମ୍ଭ କରିଥିଲେ। ଏହି ମିଳିତ ଡକ୍ୟୁମେଣ୍ଟ ହେଉଛି ନୂତନ କ୍ଷେତ୍ରରେ ଆଗକୁ ବ ଢ଼ାଇବା ପାଇଁ ଏକ ରୋଡ ମ୍ୟାପ । ଏହି କ୍ଷେତ୍ରଗୁଡିକ ମଧ୍ୟରେ ଆଇଆଇଟି ସ୍ଥାପନ, ସବୁଜ ହାଇଡ୍ରୋଜେନ ସହଯୋଗ, ଉତ୍ସର୍ଗୀକୃତ ଖାଦ୍ୟ କୋରିଡର, ସ୍ବାସ୍ଥ୍ୟ ସହଯୋଗ, ଦକ୍ଷତା, ପ୍ରତିରକ୍ଷା ରପ୍ତାନି ଇତ୍ୟାଦି ଅନ୍ତର୍ଭୁକ୍ତ।

ଉଲ୍ଲେଖନୀୟ କଥା ହେଉଛି, ଭାରତ-ୟୁଏଇ ଦ୍ୱିପାକ୍ଷିକ ବାଣିଜ୍ୟ ଚଳିତ ବର୍ଷ ୮୮ ବିଲିୟନ ଡ଼ଲାର ଅତିକ୍ରମ କରିବ। ୟୁଏଇ ବର୍ତ୍ତମାନ ଆମେରିକା ଏବଂ ଚାଇନା ପରେ ଭାରତର ତୃତୀୟ ବୃହତ୍ତମ ବାଣିଜ୍ୟ ଭାଗିଦାରୀ ହୋଇଛି। ଚଳିତ ଆର୍ଥିକ ବର୍ଷ ପାଇଁ ଦ୍ୱିପାକ୍ଷିକ ବାଣିଜ୍ୟର ଆନୁମାନିକ ମୂଲ୍ୟାଙ୍କନ କରାଯାଇଥିବାବେଳେ ଗତ ଆର୍ଥିକ ବର୍ଷରେ ଏହା ୭୩ ବିଲିୟନ ଡ଼ଲାର ଅତିକ୍ରମ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri