ସଂଯୁକ୍ତ ରାଷ୍ଟ୍ରର ୬୨ତମ ସାମାଜିକ ବିକାଶ ଆୟୋଗର ଅଧ୍ୟକ୍ଷତା ସମ୍ଭାଳିବ ଭାରତ, ୫୦ ବର୍ଷରେ ପ୍ରଥମ ଥର ପାଇଁ ମିଳିଲା ସୁଯୋଗ

ନୁୟର୍କ,୨୮।୭: ସଂଯୁକ୍ତ ରାଷ୍ଟ୍ରରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ସଂଯୁକ୍ତ ରାଷ୍ଟ୍ରର ୬୨ତମ ସାମାଜିକ ବିକାଶ ଆୟୋଗର ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ପ୍ରାୟ ୫୦ବର୍ଷ ମଧ୍ୟରେ ଏହା ପ୍ରଥମ ଥର ପାଇଁ ଭାରତ ଏହାର ଅଧ୍ୟକ୍ଷତା ହାସଲ କରିଛି। ଏହାପୂର୍ବରୁ ୧୯୭୫ରେ ଭାରତ ଏହି ଆୟୋଗର ଅଧ୍ୟକ୍ଷତା କରିଥିଲା।

ଗୁରୁବାର ଅଧ୍ୟକ୍ଷତା ଗ୍ରହଣ କରିବା ପରେ କମ୍ବୋଜ ଟୁଇଟ୍‌ କରି ଲେଖିଛନ୍ତି ଯେ ସାମାଜିକ ବିକାଶ ଆୟୋଗର ଅଧ୍ୟକ୍ଷ ହେବା ପାଇଁ ଭାରତ ଗର୍ବିତ ଅନୁଭବ କରୁଛି। ବିଶ୍ୱ ସମୁଦାୟର କଲ୍ୟାଣ ଏବଂ ସମୃଦ୍ଧତା ପାଇଁ କାର୍ଯ୍ୟ କରି ଭାରତ ଏହାର ମୂଳ ନୀତି ସହିତ ନେତୃତ୍ୱ ନେବାକୁ ପ୍ରତିଶ୍ରୁତିବଦ୍ଧ। ସଂଯୁକ୍ତ ରାଷ୍ଟ୍ରରେ ଭାରତୀୟ ମିଶନ ଏକ ବିବୃତ୍ତିରେ କହିଛି ଯେ, ରୁଚିରା କମ୍ବୋଜ ସାମାଜିକ ବିକାଶ ପ୍ରସଙ୍ଗରେ ଅନ୍ତର୍ଜାତୀୟ ସହଯୋଗକୁ ପ୍ରୋତ୍ସାହିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri