Posted inଜାତୀୟ

ଭାରତ-ଆମେରିକା ସମରାଭ୍ୟାସ ଆରମ୍ଭ, ଚାଇନାର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୬।୧୧ : ଲଦାଖରେ ଚାଇନାର ଅନୁପ୍ରବେଶ ଏବଂ ବିସ୍ତାରବାଦୀ ଯୋଜନାକୁ ଚେତାବନୀ ଦେବା ପାଇଁ ଭାରତୀୟ ଏବଂ ଆମେରିକୀୟ ସୈନ୍ୟମାନେ ଉତ୍ତରାଖଣ୍ଡର ଔଲି ଏବଂ ବଙ୍ଗୋପସାଗରରେ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ନଭେମ୍ବର ୧୫ରୁ ଡିସେମ୍ବର ୨ ପର୍ଯ୍ୟନ୍ତ ଭାରତ ଏବଂ ଆମେରିକା ଏହି ମିଳିତ ଅଭ୍ୟାସ କରିବେ। ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ରେ ଚାଇନା ସହ ବିବାଦ ମଧ୍ୟରେ ଆମେରିକା ସମେତ ଅନେକ ଦେଶ ସହିତ ବଡ଼ ଧରଣର ସାମରିକ ଅଭ୍ୟାସ କରିବାକୁ ଭାରତ ନିଷ୍ପତ୍ତି ନେଇଛି।

ଉତ୍ତରାଖଣ୍ଡର ଔଲିରେ ଭାରତ ଏବଂ ଆମେରିକା ମଧ୍ୟରେ ସ୍ଥଳ ସାମରିକ ଅଭ୍ୟାସ ହେବ। ଏହା ଏଲଏସି ଠାରୁ ପ୍ରାୟ ୧୦୦ କିଲୋମିଟର ଦୂରରେ କରାଯିବ। ଏହି ସମୟରେ ବଙ୍ଗୋପସାଗରରେ ଯୁଦ୍ଧ ଜାହାଜ, ବୁଡ଼ାଜାହାଜ, ଯୁଦ୍ଧ ବିମାନ ଏବଂ ହେଲିକପ୍ଟର ନିୟୋଜିତ ହେବ। ବୁଧବାର ଭାରତ ସିଙ୍ଗାପୁର ସହିତ ବଙ୍ଗୋପସାଗରରେ ସାମରିକ ଅଭ୍ୟାସ ଆରମ୍ଭ କରିଛି।

ଏହି ସମୟରେ, ନଭେମ୍ବର ୮ ରୁ ୧୮ ପର୍ଯ୍ୟନ୍ତ ମାଲାବାର ସମରାଭ୍ୟାସ ମଧ୍ୟ ଅନୁଷ୍ଠିତ ହେବ। ଏଥିରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆ ଆଦି କ୍ୱାଡ ଦେଶ ସାମିଲ ହେବେ। ଅପରପକ୍ଷରେ, ଅଷ୍ଟ୍ରେଲିଆ ଏବଂ ଭାରତର ସୈନ୍ୟବାହିନୀ ମଧ୍ୟ ପ୍ରଥମ ଥର ପାଇଁ ୨୮ ନଭେମ୍ବରରୁ ୧୧ ଡିସେମ୍ବର ପର୍ଯ୍ୟନ୍ତ ରାଜସ୍ଥାନର ମହାଜନ ଫିଲ୍ଡ ଫାୟାରିଂ ରେଞ୍ଜରେ ଅଷ୍ଟ୍ରା-ହିନ୍ଦ ସମରାଭ୍ୟାସ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri