Posted inଜାତୀୟ

ଭାରତ-ଆମେରିକା ସୈନ୍ୟ ପ୍ରମୁଖଙ୍କ ମଧ୍ୟରେ ଫୋନରେ ଆଲୋଚନା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୧୨ : ସୀମାରେ ଭାରତ ଏବଂ ଚାଇନେ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଏହି ସମୟରେ ଆମେରିକାର ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଜେନେରାଲ ମାର୍କ ଏ ମାଇଲି ଏବଂ ତାଙ୍କ ଭାରତୀୟ ପ୍ରତିପକ୍ଷ ଭାରତୀୟ ପ୍ରତିରକ୍ଷା ବାହିନୀର ମୁଖ୍ୟ ଜେନେରାଲ ଅନିଲ ଚୌହ୍ବାନ ପରସ୍ପର ସହ ଫୋନରେ କଥା ହୋଇଛନ୍ତି। ଦୁଇ ସାମରିକ ମୁଖ୍ୟ ଆଞ୍ଚଳିକ ତଥା ବିଶ୍ୱ ସୁରକ୍ଷା ଉପରେ ଆଲୋଚନା କରିଥିଲେ। ଦ୍ୱିପାକ୍ଷିକ ସାମରିକ ସମ୍ପର୍କକୁ ଆହୁରି ଗଭୀର କରିବାର ଉପାୟ ଉପରେ ମଧ୍ୟ ଆଲୋଚନା କରିଥିଲେ। ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ଙ୍କ ଉପ ମୁଖପାତ୍ର ଜୋସେଫ ଆର ହୋଲଷ୍ଟେଡ ଏନେଇ ସୂଚନା ଦେଇଛନ୍ତି।

ହୋଲଷ୍ଟେଡ କହିଛନ୍ତି ଯେ ଏକ ପ୍ରମୁଖ ପ୍ରତିରକ୍ଷା ସହଭାଗୀତାର ଅଂଶ ଭାବରେ ଆମେରିକା ଏବଂ ଭାରତ ଏକ ଶକ୍ତିଶାଳୀ ସାମରିକ ସମ୍ପର୍କ ନେଇ ସ୍ଥିତି ଆଦାନ ପ୍ରଦାନ କରିଛନ୍ତି। ଏକ ମୁକ୍ତ ଇଣ୍ଡୋ-ପାସିଫିକ ବଜାୟ ରଖିବାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ସେ କହିଛନ୍ତି।
ବିବାଦୀୟ ଦକ୍ଷିଣ ଚାଇନା ସାଗରରେ ଚାଇନାର ବୃଦ୍ଧି ପାଉଥିବା ଏକଚାଟିଆ ଅଧିକାର ସମ୍ପର୍କରେ ଦୁଇ ସେନା ମୁଖ୍ୟଙ୍କ ମଧ୍ୟରେ ଚ୍ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri