Posted inରାଜ୍ୟ

‘ଭାରତ-ଆମେରିକା ମଧ୍ୟରେ ପୁନଃ ପ୍ରତିଷ୍ଠା ହେବ ରଣନୈତିକ ଉର୍ଜା ସମ୍ପର୍କ’

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଊର୍ଜା ସଚିବ ଜେନିଫର ଗ୍ରାନ୍‌ହୋଲମଙ୍କ ମଧ୍ୟରେ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଧର୍ମେନ୍ଦ୍ର ଗ୍ରାନ୍‌ହୋଲମଙ୍କୁ ନୂଆ ପଦରେ ଅବସ୍ଥାପିତ ପାଇଁ ଅଭିନନ୍ଦନ ଜଣାଇବା ସହ ଭାରତ ଓ ଆମେରିକା ମଧ୍ୟରେ ରଣନୈତିକ ଊର୍ଜା ସମ୍ପର୍କ ଉପରେ ସମୀକ୍ଷା କରିଛନ୍ତି। ଉଭୟ ନେତୃତ୍ୱ ଭାରତ-ଆମେରିକା ମଧ୍ୟରେ ରଣନୈତିକ ଊର୍ଜା ସମ୍ପର୍କର ପୁନଃ ପ୍ରତିଷ୍ଠାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନୂଆ ପ୍ରାଥମିକତାରେ ପ୍ରତିଫଳିତ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ସ୍ବଚ୍ଛ ଊର୍ଜାର ପ୍ରଚାରପ୍ରସାର କରିବା, କମ୍‌ ପ୍ରଦୂଷଣଯୁକ୍ତ ମାର୍ଗ ଆପଣାଇବା ଏବଂ ସବୁଜ ଊର୍ଜା ସହଯୋଗକୁ ତ୍ୱରାନ୍ବିତ କରିବା ଦିଗରେ କାମ କରିବା ପାଇଁ ଧର୍ମେନ୍ଦ୍ର ଏବଂ ଗ୍ରାନ୍‌ହୋଲମ ସହମତି ପ୍ରକାଶ କରିଛନ୍ତି। ସେହିପରି ଅନ୍ୟାନ୍ୟ ପଦକ୍ଷେପ ମଧ୍ୟରେ ସ୍ବଚ୍ଛ ଊର୍ଜା କ୍ଷେତ୍ର ଯଥା ଜୈବ ଇନ୍ଧନ, କାର୍ବନ କ୍ୟାପ୍‌ଚର ଆଣ୍ଡ ଷ୍ଟୋରେଜ(ସିସିୟୁଏସ୍‌), ହାଇଡ୍ରୋଜେନ ଉତ୍ପାଦନ ଏବଂ କାର୍ବନ ଅଧିଗ୍ରହଣ ଏବଂ ଆଡଭାନ୍ସ କ୍ଲିନ୍‌ ଏନର୍ଜି ରିସର୍ଚ୍ଚ (ପିଏସିଇ-ଆର୍‌)ରେ ମିଳିତ ସହଯୋଗକୁ ପ୍ରାଥମିକତା ଦେବାକୁ ଉଭୟ ମନ୍ତ୍ରୀ ସହମତି ହୋଇଛନ୍ତି। ଶୀଘ୍ର ଭାରତ-ଆମେରିକାର ଋଣନୈତିକ ଊର୍ଜା ସମ୍ପର୍କର ତୃତୀୟ ବୈଠକ ଅନୁଷ୍ଠିତ ହେବା ନେଇ ମଧ୍ୟ ଉଭୟ ପକ୍ଷ ସହମତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଗତ ଫେବୃୟାରୀରେ ଜେନିଫର ଗ୍ରାନ୍‌ହୋଲମ ଆମେରିକାର ଊର୍ଜା ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri