Posted inରାଜ୍ୟ

‘ଭାରତ-ଆମେରିକା ମଧ୍ୟରେ ପୁନଃ ପ୍ରତିଷ୍ଠା ହେବ ରଣନୈତିକ ଉର୍ଜା ସମ୍ପର୍କ’

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଊର୍ଜା ସଚିବ ଜେନିଫର ଗ୍ରାନ୍‌ହୋଲମଙ୍କ ମଧ୍ୟରେ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଧର୍ମେନ୍ଦ୍ର ଗ୍ରାନ୍‌ହୋଲମଙ୍କୁ ନୂଆ ପଦରେ ଅବସ୍ଥାପିତ ପାଇଁ ଅଭିନନ୍ଦନ ଜଣାଇବା ସହ ଭାରତ ଓ ଆମେରିକା ମଧ୍ୟରେ ରଣନୈତିକ ଊର୍ଜା ସମ୍ପର୍କ ଉପରେ ସମୀକ୍ଷା କରିଛନ୍ତି। ଉଭୟ ନେତୃତ୍ୱ ଭାରତ-ଆମେରିକା ମଧ୍ୟରେ ରଣନୈତିକ ଊର୍ଜା ସମ୍ପର୍କର ପୁନଃ ପ୍ରତିଷ୍ଠାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନୂଆ ପ୍ରାଥମିକତାରେ ପ୍ରତିଫଳିତ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ସ୍ବଚ୍ଛ ଊର୍ଜାର ପ୍ରଚାରପ୍ରସାର କରିବା, କମ୍‌ ପ୍ରଦୂଷଣଯୁକ୍ତ ମାର୍ଗ ଆପଣାଇବା ଏବଂ ସବୁଜ ଊର୍ଜା ସହଯୋଗକୁ ତ୍ୱରାନ୍ବିତ କରିବା ଦିଗରେ କାମ କରିବା ପାଇଁ ଧର୍ମେନ୍ଦ୍ର ଏବଂ ଗ୍ରାନ୍‌ହୋଲମ ସହମତି ପ୍ରକାଶ କରିଛନ୍ତି। ସେହିପରି ଅନ୍ୟାନ୍ୟ ପଦକ୍ଷେପ ମଧ୍ୟରେ ସ୍ବଚ୍ଛ ଊର୍ଜା କ୍ଷେତ୍ର ଯଥା ଜୈବ ଇନ୍ଧନ, କାର୍ବନ କ୍ୟାପ୍‌ଚର ଆଣ୍ଡ ଷ୍ଟୋରେଜ(ସିସିୟୁଏସ୍‌), ହାଇଡ୍ରୋଜେନ ଉତ୍ପାଦନ ଏବଂ କାର୍ବନ ଅଧିଗ୍ରହଣ ଏବଂ ଆଡଭାନ୍ସ କ୍ଲିନ୍‌ ଏନର୍ଜି ରିସର୍ଚ୍ଚ (ପିଏସିଇ-ଆର୍‌)ରେ ମିଳିତ ସହଯୋଗକୁ ପ୍ରାଥମିକତା ଦେବାକୁ ଉଭୟ ମନ୍ତ୍ରୀ ସହମତି ହୋଇଛନ୍ତି। ଶୀଘ୍ର ଭାରତ-ଆମେରିକାର ଋଣନୈତିକ ଊର୍ଜା ସମ୍ପର୍କର ତୃତୀୟ ବୈଠକ ଅନୁଷ୍ଠିତ ହେବା ନେଇ ମଧ୍ୟ ଉଭୟ ପକ୍ଷ ସହମତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଗତ ଫେବୃୟାରୀରେ ଜେନିଫର ଗ୍ରାନ୍‌ହୋଲମ ଆମେରିକାର ଊର୍ଜା ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri