Posted inଜାତୀୟ

ଲଢୁଆ ଯାନ ନିର୍ମାଣ କରିବେ ଭାରତ-ଆମେରିକା

ନୂଆଦିଲ୍ଲୀ,୧୧ା୧୧: ପ୍ରତିରକ୍ଷା ଶିଳ୍ପ ସହଯୋଗର ଅଂଶବିଶେଷ ଭାବେ ଭାରତ ଏବଂ ଆମେରିକା ମିଳିତ ଭାବେ ଲଢ଼ୁଆ ଯାନ ନିର୍ମାଣ କରିବେ ବୋଲି ଆମେରିକା ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ୍‌ ଶୁକ୍ରବାର କହିଛନ୍ତି। ଏହା ବ୍ୟତୀତ ଆମେରିକା ଭାରତକୁ ୩୧ଟି ଏମ୍‌କ୍ୟୁ-୯ବି ଡ୍ରୋନ୍‌ ଖୁବ୍‌ଶୀଘ୍ର ଯୋଗାଇଦେବା ପାଇଁ ଯଥାସମ୍ଭବ ଉଦ୍ୟମ ଜାରି ରଖିଛି ଓ ଠିକ୍‌ ସମୟରେ ତାହା ଘୋଷଣା କରାଯିବ। ଭାରତ-ଆମେରିକା ପ୍ରତିରକ୍ଷା ସମ୍ପର୍କକୁ ମହାକାଶରୁ ସମୁଦ୍ର ଗର୍ଭ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବଢ଼ାଇବାକୁ ପଦକ୍ଷେପ ନିଆଯାଉଥିବା ଅଷ୍ଟିନ୍‌ କହିଛନ୍ତି। ଦିଲ୍ଲୀରେ ଦୁଇଦେଶର ପ୍ରତିରକ୍ଷା ଓ ବହିର୍ବ୍ୟାପାର ମନ୍ତ୍ରଣାଳୟସ୍ତରୀୟ ଆଲୋଚନା ପରେ ଅଷ୍ଟିନ୍‌ ଖବରଦାତାମାନଙ୍କୁ ଏହି ସୂଚନା ଦେଇଛନ୍ତି। ଅଷ୍ଟିନ୍‌ଙ୍କ ସହ ଆମେରିକା ପ୍ରତିନିଧି ଦଳରେ ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଥିବାବେଳେ ଭାରତ ପକ୍ଷର ନେତୃତ୍ୱ ନେଇଥିଲେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଚାଇନାଠାରୁ ସୁରକ୍ଷାଗତ ଚ୍ୟାଲେଞ୍ଜ ବଢ଼ୁଥିବା ପ୍ରସଙ୍ଗ ଆଲୋଚନାରେ ସ୍ଥାନ ପାଇଥିଲା। ଭାରତ-ଆମେରିକା ସମ୍ପର୍କ କେବଳ ଚାଇନାର ଚ୍ୟାଲେଞ୍ଜ ଉପରେ ଆଧାରିତ ନୁହେଁ, ବରଂ ଦୁଇ ଦେଶର ମିଳିତ ମୂଲ୍ୟବୋଧ ଆଧାରରେ ବୋଲି କୁହାଯାଇଛି।
ଦୁଇ ଦେଶର କୂଟନୈତିକ ଓ ପ୍ରତିରକ୍ଷା ମୁଖ୍ୟମାନେ ଆଲୋଚନାରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସୁରକ୍ଷା, ଚାଇନା ଏବଂ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରିଥିଲେ। ଭବିଷ୍ୟତରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇଥିବା ଆମେରିକା ପରରାଷ୍ଟ୍ର ସଚିବ ବ୍ଲିଙ୍କେନ୍‌ କହିଛନ୍ତି। ଏସିଆ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳକୁ ମୁକ୍ତ, ଅବାଧ ଓ ସମୃଦ୍ଧ କରିବା ପାଇଁ କ୍ୱାଡ୍‌ ସହଯୋଗୀ ଜାପାନ, ଅଷ୍ଟ୍ରେଲିଆ ସହ ମିଶି କାର୍ଯ୍ୟ କରିବୁ ବୋଲି ବୈଠକ ଶେଷରେ ବ୍ଲିଙ୍କେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri