Posted inଖେଳ

ଭାରତ ବନାମ ଇଂଲଣ୍ଡ: ଦିନିକିଆ ଦଳରେ ସୂର୍ଯ୍ୟକୁମାର, କ୍ରୁନାଲ, କ୍ରିଷ୍ଣା

ନୂଆଦିଲ୍ଲୀ,୨୦।୩(ପି.ଟି.): ଆଗକୁ ଆୟୋଜନ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଏକ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁକ୍ରବାର ଘୋଷିତ ହୋଇଥିବା ଏହି ଦଳରେ କର୍ନାଟକ ଦ୍ରୁତ ବୋଲର ପ୍ରସିଦ୍ଧ କ୍ରିଷ୍ଣା, ୟର୍କର ସ୍ପେଶାଲିଷ୍ଟ ଟି. ନଟରାଜନ, ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବ ସ୍ଥାନ ପାଇଛନ୍ତି।
କିଛିଦିନ ତଳେ ଅନୁଷ୍ଠିତ ହୋଇଥିବା ବିଜୟ ହଜାରେ ଟ୍ରଫିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି କ୍ରିଷ୍ଣା ଓ କ୍ରୁନାଲ ପାଣ୍ଡ୍ୟା ଦଳରେ ସ୍ଥାନ ପାଇଛନ୍ତି। ସେହିପରି ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ପଦାର୍ପଣ କରି ସୂର୍ଯ୍ୟକୁମାର ଦମ୍‌ଦାର ଅର୍ଦ୍ଧଶତକ ହାସଲ କରି ଚୟନକର୍ତ୍ତାଙ୍କୁ ପ୍ରଭାବିତ କରିଛନ୍ତି। ଘରୋଇ ଦିନିକିଆ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫିରେ କ୍ରିଷ୍ଣା ୧୪ଟି ଉଇକେଟ ହାସଲ କରି କୋହଲିଙ୍କ ଦ୍ୱାରା ବେଶ୍‌ ପ୍ରଶଂସିତ ହୋଇଥିଲେ। ସେହିପରି ଏ ପର୍ଯ୍ୟନ୍ତ ୧୮ଟି ଟି୨୦ ଖେଳିସାରିଥିବା କ୍ରୁନାଲ ପ୍ରଥମଥର ପାଇଁ ଦିନିକିଆ ଦଳରେ ସାମିଲ ହୋଇଛନ୍ତି। ବରୋଦା ପକ୍ଷରୁ ୫ଟି ମ୍ୟାଚ୍‌ ଖେଳି କ୍ରୁନାଲ ୨ଟି ଲେଖାଏ ଶତକ ଓ ଅର୍ଦ୍ଧଶତକ ହାସଲ କରି ଦଳରେ ସ୍ଥାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୩ଟି ଯାକ ଦିନିକିଆ ପୁଣେରେ ଖେଳାଯିବ। ପ୍ରଥମ ଦିନିକିଆ ୨୩, ଦ୍ୱିତୀୟ ଦିନିକିଆ ୨୬ ଓ ତୃତୀୟ ଦିନିକିଆ ୨୮ ତାରିଖରେ ଅନୁଷ୍ଠିତ ହେବ।
ସେହିପରି ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଓ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୨୦୧୭ରେ କ୍ୟାରିୟରର ଏକମାତ୍ର ଦିନିକିଆ ଖେଳିଥିବା ଓ୍ବାଶିଂଟନ ସୁନ୍ଦରଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ଚଳିତ ଟି୨୦ ସିରିଜରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଅଭିଜ୍ଞ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ୨୦୧୯ ଅଗଷ୍ଟ ପରେ ତାଙ୍କର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିବେ। ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ମହମ୍ମଦ ସାମିଙ୍କ ଅନୁପସ୍ଥିତିରେ ଭୁବନେଶ୍ୱର କୁମାର ବୋଲିଂ ବିଭାଗର ନେତୃତ୍ୱ ନେବେ। ବୁମ୍‌ରା ବିବାହ କରିଥିବାରୁ ଓ ଇଞ୍ଜୁରି କାରଣରୁ ସାମିଙ୍କୁ ଦଳରେ ସାମିଲ କରାଯାଇ ନାହିଁ। ସେହିପରି ଅଷ୍ଟ୍ରେଲିଆ ଗସ୍ତରେ ଭଲ ପ୍ରଦର୍ଶନ କରିଥିବା ବାମହାତୀ ସ୍ପିନର ଟି. ନଟରାଜନ ଫିଟ୍‌ନେସ୍‌ ଫେରିପାଇଥିବାରୁ ଦଳରେ ସ୍ଥାନ ହାସଲ କରିଛନ୍ତି।
ଆଗକୁ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ଦଳ ଚୟନ କରାଯାଇଛି। ଦଳରେ ରିଷଭ ପନ୍ତ ଓ ଲୋକେଶ ରାହୁଲଙ୍କ ପରି ଉଇକେଟକିପର ବ୍ୟାଟ୍ସମ୍ୟାନ ଥିବାରୁ ଟି୨୦ରେ ଭଲ ପ୍ରଦର୍ଶନ କରିବା ସତ୍ତ୍ୱେ ଇଶାନ କିଷନଙ୍କୁ ଏହି ଦଳରେ ସ୍ଥାନ ମିଳିନାହିଁ। ଟି୨୦ ଇନିଂସ ଓପନ କରୁଥିବା ରାହୁଲ ଦିନିକିଆରେ ମିଡ୍‌ଲ ଅର୍ଡରରେ ବ୍ୟାଟିଂ କରିବେ। ଦିନିକିଆରେ ଶିଖର ଧାଓ୍ବନ ଓ ରୋହିତ ଶର୍ମା ଇନିଂସ ଓପନ୍‌ କରିବେ। ପନ୍ତ ଉଇକେଟକିପିଂ କରିବେ ଓ ମିଡଲଅର୍ଡରରେ ବ୍ୟାଟିଂ କରିବେ। ଅଷ୍ଟ୍ରେଲିଆ ଗସ୍ତରେ ଆଶାନୁରୂପ ପ୍ରଦର୍ଶନ କରି ନ ଥିବା ଆଉଟ୍‌ ଅଫ୍‌ ଫର୍ମ ମୟଙ୍କ ଅଗ୍ରଓ୍ବାଲ, ନବଦୀପ ସଇନି ଓ ମନୀଷ ପାଣ୍ଡେ ଦଳରେ ସ୍ଥାନ ପାଇନାହାନ୍ତି। ଲୋକେଶ ରାହୁଲ ଓ ଶୁବମନ ଗିଲ୍‌ ଖେଳିବା ପାଇଁ ପ୍ରସ୍ତୁତ ଥିବାରୁ ଧାଓ୍ବନଙ୍କ ଉପରେ ନିଶ୍ଚିତ ଭାବେ ଚାପ ରହିବ। ସେହିପରି ଟେଷ୍ଟରେ ଭଲ ପ୍ରଦର୍ଶନ କରିଥିବାରୁ ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ସେହିପରି ଫିଟ୍‌ନେସ ହାସଲ କରି ନ ଥିବାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଦଳରେ ସାମିଲ କରାଯାଇ ନାହିଁ। ସବୁ ୩ଟି ଯାକ ମ୍ୟାଚ୍‌ ଫାଙ୍କା ଷ୍ଟାଡିୟମରେ ଖେଳାଯିବ।
ଭାରତ ଦିନିକିଆ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପ- ଅଧିନାୟକ), ଶିଖର ଧାଓ୍ବନ, ଶୁବମନ ଗିଲ, ଶ୍ରେୟାସ ଆୟାର, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ (ଉଇକେଟକିପର), ଲୋକେଶ ରାହୁଲ (ଉଇକେଟକିପର), ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, କ୍ରୁନାଲ ପାଣ୍ଡ୍ୟା, ଓ୍ବାଶିଂଟନ ସୁନ୍ଦର, ଟି. ନଟରାଜନ, ଭୁବନେଶ୍ୱର କୁମାର, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା ଓ ଶାର୍ଦ୍ଦୁଳ ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?