ଭାରତ ବିଭିଷିକାର ସ୍ମୃତି ଦିବସ ପାଳିଲା ଭାରତ ବିକାଶ ପରିଷଦ

ସୁନ୍ଦରଗଡ଼,୧୫।୮(ଜୟ ନାରାୟଣ ମେଣ୍ଡୁଳି): ୧୯୪୭ ମସିହା ଅଗଷ୍ଟ ୧୪ରେ ଦେଶ ବିଭାଜନ ହୋଇଥିଲା। ବିଭାଜନ ସମୟରେ ହିଂସାରେ ୧୦ଲକ୍ଷରୁ ଉର୍ଦ୍ଧ ନିର୍ଦ୍ଦୋଷ ଲୋକ ମୃତ୍ୟୁବରଣ କରିଥିବା ବେଳେ କୋଟି କୋଟି ଲୋକ ଭିଟାମାଟି ଛାଡି ଶରଣାର୍ଥୀ ହୋଇଥିଲେ। ଆଜିର ବିଭାଜନ ବିଭିଷିକା ସ୍ମୁତି ଦିବସ ଆମକୁ କେବଳ ଭେଦଭାବ, ଶତ୍ରୁତା ଏବଂ ଅନିଚ୍ଛାର ବିଷ ଦୂର କରିବାକୁ ମନେ ପକାଇବ ତାହା ନୁହେଁ ବରଂ ଏହା ଏକତା, ସୌହାର୍ଦ୍ଧ୍ୟକୁ ମଧ୍ୟ ଦୃଢ଼ କରିବ ବୋଲି ଜିଲା ସଂସ୍କୃତି ଭବନରେ ଭାରତ ବିଭିଷିକା ସ୍ମୁତି ଦିବସରେ ଅତିଥିମାନେ ମତ ଦେଇଥିଲେ।
ଏହାପୂର୍ବରୁ ବ୍ୟାଙ୍କ ଛକ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ହାତରେ ତ୍ରିରଙ୍ଗା ପତାକା ଓ ମହମବତୀ ଧରି ଡିଆରଡିଏ ଛକ ଦେଇ ସଂସ୍କୃତି ଭବନ ପହଞ୍ଚିବା ପରେ ଅତିଥିମାନେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ, ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏହି ସଭାରେ ମୁଖ୍ୟଅତିଥି ଭାବେ ସରକାରୀ ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧକ୍ଷ, ଡ.ଗୌରୀଶଙ୍କର ପଟେଲ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଧାୟିକା କୁସୁମ ଟେଟେ, ତଲସରା ବିଧାୟକ ଭବାନୀ ଶଙ୍କର ଭୋଇ,ରାଷ୍ଟ୍ରୀୟ ସ୍ବୟଂ ସେବକର ବିଭାଗ କାର୍ଯ୍ୟବାହୀ ରତ୍ନାକର ବେହେରା ଉପସ୍ଥିତ ରହିଥିଲା ବେଳେ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ବିଶ୍ୱଭାରତୀ ସଂଯୋଜକ ଡାକ୍ତର ନାରାୟଣ ପଟେଲ, ଅନ୍ୟମାନଙ୍କ ଭିତରେ ବରିଷ୍ଠ ଭାଜପା ନେତା ରଞ୍ଜନ ପଟେଲ, ପୌର ଅଧକ୍ଷା ତନୟା ମିଶ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଜୟ ପଟେଲ, ହିମାନୀ ପାଢ଼ୀ, ଲତିକା ପଟ୍ଟନାୟକ, ଶୋଭନ ହୋତା, ରାଜା କାକ, ଭାଜପା କାଉନସିଲର ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri