Posted inଖେଳ

ହଠାତ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ କ୍ରିକେଟର, ୨୫ ବର୍ଷ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ 

ନୂଆଦିଲ୍ଲୀ,୪।୯: କ୍ରିକେଟରୁ ଅବସର ଘୋଷଣା କରି ଚମକାଇଛନ୍ତି ଆଉଜଣେ ଭାରତୀୟ ଖେଳାଳି। ସେ ହେଲେ ଭାରତୀୟ ଲେଗ୍‌ ସ୍ପିନର ଅମିତ ମିଶ୍ରା। ଫଳରେ ୨୫ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ତାଙ୍କର ଚମତ୍କାର କ୍ରିକେଟ କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।
ଏନେଇ ମିଶ୍ରା କହିଛନ୍ତି ଯେ ବାରମ୍ବାର ଆଘାତ ଏବଂ ଯୁବ ଖେଳାଳିମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବାର ଇଚ୍ଛା ତାଙ୍କୁ ଏହି ନିଷ୍ପତ୍ତି ନେବାକୁ ପ୍ରେରିତ କରିଛି। ମିଶ୍ରା ଭାରତ ପାଇଁ ୨୨ଟି ଟେଷ୍ଟ, ୩୬ଟି ଦିନିକିଆ ଏବଂ ୧୦ଟି ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଏବଂ ତିନି ପ୍ରକାରରେ ମୋଟ ୧୫୬ଟି ଉଇକେଟ ହାସଲ କରିଛନ୍ତି।
ଅମିତ ମିଶ୍ରା ଏକ ବିବୃତିରେ କହିଛନ୍ତି, “କ୍ରିକେଟରେ ମୋ ଜୀବନର  ଏହି ୨୫ ବର୍ଷ ଅବିସ୍ମରଣୀୟ ରହିବ। ମୁଁ
ବିସିସିଆଇ, ପ୍ରଶାସନ, ହରିୟାଣା କ୍ରିକେଟ ସଂଘ, ସହାୟକ କର୍ମଚାରୀ, ମୋର ସହଖେଳାଳି ଏବଂ ମୋ ପରିବାର ସଦସ୍ୟମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି, ଯେଉଁମାନେ ଏହି ସମଗ୍ର ଯାତ୍ରାରେ ମୋ ସାଙ୍ଗରେ ରହିଥିଲେ।” ସେ ଆହୁରୀ କହିଛନ୍ତି, “ମୁଁ ସେହି ପ୍ରଶଂସକମାନଙ୍କୁ ମଧ୍ୟ ଧନ୍ୟବାଦ ଦେବାକୁ ଚାହେଁ, ଯାହାଙ୍କ ସ୍ନେହ ଓ ସମର୍ଥନ ମୋ ଖେଳ ସମୟରେ ଏହି ଯାତ୍ରାକୁ ଅବିସ୍ମରଣୀୟ କରିଦେଇଛି। କ୍ରିକେଟ ମୋତେ ଅସଂଖ୍ୟ ସ୍ମୃତି ଓ ଅମୂଲ୍ୟ ଶିକ୍ଷା ଦେଇଛି, ଏବଂ ମଇଦାନରେ ବିତାଇଥିବା ପ୍ରତ୍ୟେକ ମୁହୂର୍ତ୍ତ ଏକ ସ୍ମୃତି ଯାହାକୁ ମୁଁ ସାରାଜୀବନ ସଞ୍ଚୟ କରି ରଖିବି।”
ଏହି ଘୋଷଣା ସହିତ ଭାରତୀୟ କ୍ରିକେଟର ଏକ ଯୁଗର ଅନ୍ତ ହୋଇଛି। ମିଶ୍ରା ତାଙ୍କର ଚମତ୍କାର ବୋଲିଂ ବିଭିନ୍ନତା ପାଇଁ ଜଣାଶୁଣା ଥିଲେ। ସେ ଘରୋଇ କ୍ରିକେଟରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ହରିୟାଣା ପାଇଁ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ଏବଂ ସର୍ବଦା ଯୁବ ବୋଲରମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri