Posted inଖେଳ

ହଠାତ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ କ୍ରିକେଟର, ୨୫ ବର୍ଷ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ 

ନୂଆଦିଲ୍ଲୀ,୪।୯: କ୍ରିକେଟରୁ ଅବସର ଘୋଷଣା କରି ଚମକାଇଛନ୍ତି ଆଉଜଣେ ଭାରତୀୟ ଖେଳାଳି। ସେ ହେଲେ ଭାରତୀୟ ଲେଗ୍‌ ସ୍ପିନର ଅମିତ ମିଶ୍ରା। ଫଳରେ ୨୫ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ତାଙ୍କର ଚମତ୍କାର କ୍ରିକେଟ କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।
ଏନେଇ ମିଶ୍ରା କହିଛନ୍ତି ଯେ ବାରମ୍ବାର ଆଘାତ ଏବଂ ଯୁବ ଖେଳାଳିମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବାର ଇଚ୍ଛା ତାଙ୍କୁ ଏହି ନିଷ୍ପତ୍ତି ନେବାକୁ ପ୍ରେରିତ କରିଛି। ମିଶ୍ରା ଭାରତ ପାଇଁ ୨୨ଟି ଟେଷ୍ଟ, ୩୬ଟି ଦିନିକିଆ ଏବଂ ୧୦ଟି ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଏବଂ ତିନି ପ୍ରକାରରେ ମୋଟ ୧୫୬ଟି ଉଇକେଟ ହାସଲ କରିଛନ୍ତି।
ଅମିତ ମିଶ୍ରା ଏକ ବିବୃତିରେ କହିଛନ୍ତି, “କ୍ରିକେଟରେ ମୋ ଜୀବନର  ଏହି ୨୫ ବର୍ଷ ଅବିସ୍ମରଣୀୟ ରହିବ। ମୁଁ
ବିସିସିଆଇ, ପ୍ରଶାସନ, ହରିୟାଣା କ୍ରିକେଟ ସଂଘ, ସହାୟକ କର୍ମଚାରୀ, ମୋର ସହଖେଳାଳି ଏବଂ ମୋ ପରିବାର ସଦସ୍ୟମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି, ଯେଉଁମାନେ ଏହି ସମଗ୍ର ଯାତ୍ରାରେ ମୋ ସାଙ୍ଗରେ ରହିଥିଲେ।” ସେ ଆହୁରୀ କହିଛନ୍ତି, “ମୁଁ ସେହି ପ୍ରଶଂସକମାନଙ୍କୁ ମଧ୍ୟ ଧନ୍ୟବାଦ ଦେବାକୁ ଚାହେଁ, ଯାହାଙ୍କ ସ୍ନେହ ଓ ସମର୍ଥନ ମୋ ଖେଳ ସମୟରେ ଏହି ଯାତ୍ରାକୁ ଅବିସ୍ମରଣୀୟ କରିଦେଇଛି। କ୍ରିକେଟ ମୋତେ ଅସଂଖ୍ୟ ସ୍ମୃତି ଓ ଅମୂଲ୍ୟ ଶିକ୍ଷା ଦେଇଛି, ଏବଂ ମଇଦାନରେ ବିତାଇଥିବା ପ୍ରତ୍ୟେକ ମୁହୂର୍ତ୍ତ ଏକ ସ୍ମୃତି ଯାହାକୁ ମୁଁ ସାରାଜୀବନ ସଞ୍ଚୟ କରି ରଖିବି।”
ଏହି ଘୋଷଣା ସହିତ ଭାରତୀୟ କ୍ରିକେଟର ଏକ ଯୁଗର ଅନ୍ତ ହୋଇଛି। ମିଶ୍ରା ତାଙ୍କର ଚମତ୍କାର ବୋଲିଂ ବିଭିନ୍ନତା ପାଇଁ ଜଣାଶୁଣା ଥିଲେ। ସେ ଘରୋଇ କ୍ରିକେଟରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ହରିୟାଣା ପାଇଁ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ଏବଂ ସର୍ବଦା ଯୁବ ବୋଲରମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri