ପ୍ରଥମ ଥର ଭାରତ ୟୁଏନ୍‌ଏସ୍‌ସିରେ ରୁଷିଆ ବିରୋଧରେ ଦେଲା ଭୋଟ

ଓ୍ବାଶିଂଟନ୍‌,୨୫।୮: ରୁଷିଆ-ୟୁକ୍ରେନ ମଧ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେଲାଣି ଯୁଦ୍ଧ ଜାରି ରହିଛି। ହେଲେ ଏହାପୂର୍ବରୁ ମିଳିତ ଜାତିସଂଘରେ ହୋଇଥିବା ମତଦାନ ସମୟରେ ଭାରତ ନିଜକୁ ଦୂରେଇ ରଖିଥିଲା। ହେଲେ ପ୍ରଥମ ଥର ଭାରତ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ରେ ବୁଧବାର ୟୁକ୍ରେନ ଉପରେ ପ୍ରକ୍ରିୟାଗତ ମତଦାନରେ ଭାରତ ସାମିଲ ହୋଇ ରୁଷିଆ ବିରୋଧରେ ଭୋଟ ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜାତିସଂଘର ୧୫ସଦସ୍ୟ ବିଶିଷ୍ଟ ସୁରକ୍ଷା ପରିଷଦ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଏହି ସମୟରେ ଭିଡିଓ-ଟେଲି କନଫରେନ୍ସ ମାଧ୍ୟମରେ ବୈଠକକୁ ସମ୍ବୋଧିତ କରିବାକୁ ଆମନ୍ତ୍ରଣ କରିଥିଲେ। ଫେବୃୟାରୀରେ ରୁଷିଆର ସେନା ୟୁକ୍ରେନ ଉପରେ ଆକ୍ରମଣ କରିଥିଲା। ସେବେଠାରୁ ୟୁକ୍ରେନ ପ୍ରସଙ୍ଗରେ ଭାରତ ପ୍ରଥମ ଥର ପାଇଁ ରୁଷିଆ ବିରୋଧରେ ଭୋଟ ଦେଇଛି। ୟୁକ୍ରେନ ଉପରେ ଆକ୍ରମଣ ପରେ ପାଶ୍ଚାତ୍ୟ ଦେଶମାନେ ରୁଷିଆ ଉପରେ କଠୋର ଆର୍ଥିକ ତଥା ଅନ୍ୟାନ୍ୟ ପ୍ରତିବନ୍ଧକ ଲଗାଇଛନ୍ତି। ୟୁକ୍ରେନ ବିରୋଧରେ ରୁଷିଆର ଆକ୍ରମଣକୁ ଭାରତ ନିନ୍ଦା କରିନାହିଁ। ସୂଚନା ମୁତାବକ, ୟୁକ୍ରେନ ସ୍ବାଧୀନତାର ୩୧ ତମ ବାର୍ଷିକୀ ଅବସରରେ ୬ମାସର ଯୁଦ୍ଧର ସମୀକ୍ଷା ପାଇଁ ସୁରକ୍ଷା ପରିଷଦ ବୁଧବାର ଏକ ବୈଠକ କରିଥିଲା। ଏହି ବୈଠକ ଏକ ପ୍ରକ୍ରିୟାଗତ ଭୋଟ ଅନୁଷ୍ଠିତ ହୋଇଥିବା ବେଳେ ୧୩ ଜଣ ସଦସ୍ୟ ଏହା ସପକ୍ଷରେ ଭୋଟ ଦେଇଥିଲେ। ହେଲେ ରୁଷିଆ ଏହି ନିମନ୍ତ୍ରଣ ବିରୋଧରେ ଭୋଟ ଦେଇଥିବା ବେଳେ ଚାଇନା ଏଥିରୁ ଦୂରେଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?