Posted inଖେଳ

କାହିଁକି ଅଷ୍ଟ୍ରେଲିଆ ଗସ୍ତରେ ଗଲେ ନାହିଁ ରୋହିତ ଶର୍ମା

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ତେବେ ଏହି ସିରିଜରେ ଟିମ ଇଣ୍ଡିଆ ଏହାର ସବୁଠାରୁ ବଡ ମ୍ୟାଚ ବିଜେତା ରୋହିତ ଶର୍ମାଙ୍କ ବିନା ପଡିଆକୁ ଓହ୍ଲାଇଛି। ରୋହିତ ଶର୍ମା ଅନଫିଟ୍‌ ଥିବାରୁ ଏକଦିବସୀୟ ଏବଂ ଟି-୨୦ସିରିଜରୁ ବାଦ ପଡିଛନ୍ତି ଏବଂ ସେ ବେଙ୍ଗାଲୁରୁର ଜାତୀୟ କ୍ରିକେଟ ଷ୍ଟାଡିୟମରେ ନିଜ ଫିଟନେସ ପାଇଁ କଶରତ୍‌ ଆରମ୍ଭ କରିଛନ୍ତି। ଆଇପିଏଲ ସମୟରେ ବିସିସିଆଇ ସୂଚନା ଦେଇଥିଲା ଯେ, ରୋହିତ ଶର୍ମା ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି, ତେଣୁ ତାଙ୍କୁ ଏକଦିବସୀୟ ଏବଂ ଟି -୨୦ ଦଳରେ ସ୍ଥାନ ମିଳିନାହିଁ। ତେବେ ରୋହିତ ଶର୍ମାଙ୍କ ବାହାର ବିଷୟରେ ଆଉ ଏକ ବଡ଼ କାରଣ ଜଣାପଡୁଛି। କ୍ରୀଡା ସାମ୍ବାଦିକ ବୋରିଆ ମଜୁମଦାର ଦାବି କରିଛନ୍ତି ଯେ, ପିତାଙ୍କ ଅସୁସ୍ଥତା ହେତୁ ରୋହିତ ଶର୍ମା ଅଷ୍ଟ୍ରେଲିଆ ଯାଇ ନାହାଁନ୍ତି। ରୋହିତ ଶର୍ମାଙ୍କ ବାପା କରୋନା ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇଥିଲେ ଏବଂ ସେଥିପାଇଁ ସେ ଟିମ ଇଣ୍ଡିଆ ସହିତ ଅଷ୍ଟ୍ରେଲିଆ ଗସ୍ତରେ ଯାଇନାହାଁନ୍ତ। ପିତାଙ୍କ କାରଣରୁ ରୋହିତ ଶର୍ମା ଆଇପିଏଲ ପରେ ସିଧାସଳଖ ମୁମ୍ବାଇ ଆସିଥିଲେ। ତେବେ ରୋହିତ ଶର୍ମା ଅଷ୍ଟ୍ରେଲିଆରେ ଟେଷ୍ଟ ସିରିଜ ଖେଳିବାକୁ ଚାହୁଁଛନ୍ତି ଏବଂ ସେଥିପାଇଁ ସେ ବେଙ୍ଗାଲୁରୁ ନ୍ୟାସନାଲ କ୍ରିକେଟ ଏକାଡେମୀକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri