Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ନାଗପୁର ,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆଜି ନାଗପୁରରେ ଖେଳାଯିବ। ସିରିଜକୁ ବରାବର କରିବା ପାଇଁ ଭାରତ ପଡିଆକୁ ଓହ୍ଲାଇବ। ପ୍ରଥମ ମ୍ୟାଚରେ ଭାରତକୁ ଚାରି ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଥିଲା।
ନାଗପୁରରେ ଭାରତର ରେକର୍ଡକୁ ଦେଖିଲେ ଗତ ୬ ବର୍ଷ ଧରି ଏଠାରେ ଟି-୨୦ ମ୍ୟାଚ ହାରିନାହିଁ। ପଞ୍ଚମ ଥର ପାଇଁ ଟି -୨୦ ମ୍ୟାଚ ଖେଳିବା ପାଇଁ ଭାରତ ନାଗପୁରରେ ଅବତରଣ କରିବ। ନାଗପୁରରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ଚାରିଟି ମ୍ୟାଚରେ ଭାରତୀୟ ଦଳ ଦୁଇଟି ଜିତିଛି। ଏଥି ସହିତ ତାଙ୍କୁ ଦୁଇଟି ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଥର ପାଇଁ ଏଠାରେ ଖେଳିବେ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ୨୩ ସେପ୍ଟେମ୍ବର ଅର୍ଥାତ୍‌ ଆଜି ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତ ଭାରତୀୟ ସମୟ ସା ୭.୦୦ରୁ ଖେଳାଯିବ। ଟସ ସା ୬:୦୩୦ରେ ହେବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ବନାମ ଅଷ୍ଟ୍ରେଲିଆ ଟି-୨୦ ସିରିଜ ପ୍ରସାରଣ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଏହି ମ୍ୟାଚ ହିନ୍ଦୀ କିମ୍ବା ଇଂରାଜୀ କମେଣ୍ଟ୍ରି ଦେଖିହେବ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri