Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ନାଗପୁର ,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆଜି ନାଗପୁରରେ ଖେଳାଯିବ। ସିରିଜକୁ ବରାବର କରିବା ପାଇଁ ଭାରତ ପଡିଆକୁ ଓହ୍ଲାଇବ। ପ୍ରଥମ ମ୍ୟାଚରେ ଭାରତକୁ ଚାରି ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଥିଲା।
ନାଗପୁରରେ ଭାରତର ରେକର୍ଡକୁ ଦେଖିଲେ ଗତ ୬ ବର୍ଷ ଧରି ଏଠାରେ ଟି-୨୦ ମ୍ୟାଚ ହାରିନାହିଁ। ପଞ୍ଚମ ଥର ପାଇଁ ଟି -୨୦ ମ୍ୟାଚ ଖେଳିବା ପାଇଁ ଭାରତ ନାଗପୁରରେ ଅବତରଣ କରିବ। ନାଗପୁରରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ଚାରିଟି ମ୍ୟାଚରେ ଭାରତୀୟ ଦଳ ଦୁଇଟି ଜିତିଛି। ଏଥି ସହିତ ତାଙ୍କୁ ଦୁଇଟି ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଥର ପାଇଁ ଏଠାରେ ଖେଳିବେ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ୨୩ ସେପ୍ଟେମ୍ବର ଅର୍ଥାତ୍‌ ଆଜି ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତ ଭାରତୀୟ ସମୟ ସା ୭.୦୦ରୁ ଖେଳାଯିବ। ଟସ ସା ୬:୦୩୦ରେ ହେବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ବନାମ ଅଷ୍ଟ୍ରେଲିଆ ଟି-୨୦ ସିରିଜ ପ୍ରସାରଣ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଏହି ମ୍ୟାଚ ହିନ୍ଦୀ କିମ୍ବା ଇଂରାଜୀ କମେଣ୍ଟ୍ରି ଦେଖିହେବ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri