Posted inଖେଳ

ମହିଳା ଦିନିକିଆ: ଅନ୍ତିମ ମ୍ୟାଚ୍‌କୁ ୧୯୦ରନ୍‌ରେ ଜିତି ଅଷ୍ଟ୍ରେଲିଆର କ୍ଳିନ୍‌ ସୁଇପ୍‌

ମୁମ୍ବାଇ,୨ା୧: ଭାରତ ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌କୁ ୧୯୦ରନ୍‌ରେ ଜିତି ନେବା ସହ ୩-୦ରେ କ୍ଲିନସୁଇପ୍‌ କରିଛି ଅଷ୍ଟ୍ରେଲିଆ ମହିଳା ଦଳ। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୭ ଉଇକେଟରେ ୩୩୮ ରନ୍‌ କରିଥିବା ବେଳେ ଭାରତ ୩୨.୪ ଓଭରରେ ସମସ୍ତ ଉଇକେଟ ହରାଇ ୧୪୮ ରନ୍‌ କରିଥିଲା। ପ୍ରଥମ ୨ ଦିନିକିଆ ଜିତିବା ସହିତ ଅଷ୍ଟ୍ରେଲିଆ ଆଗୁଆ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଜିତି ନେଇଥିଲା।

ଅଷ୍ଟ୍ରେଲିଆ ମହିଳା ଦଳ ମଙ୍ଗଳବାର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଓପନର ଫିବ୍‌ ଲିଚଫିଲ୍ଡ ନିଜ ଅନ୍ତର୍ଜାତୀୟ କ୍ୟାରିୟରର ଦ୍ୱିତୀୟ ଶତକ ହାସଲ କରିଥିଲେ। ୨୦ ବର୍ଷୀୟା ଲିଚ୍‌ଫିଲ୍ଡ ୧୨୫ ବଲ୍‌ ଖେଳି ୧୧୯ ରନ୍‌ ସ୍କୋର କରିଥିଲେ। ଏହି ଇନିଂସରେ ୧୬ ଚୌକା ଓ ୧ ଛକା ସାମିଲ ଥିଲା। ଅନ୍ୟତମ ଓପନର ତଥା ଅଧିନାୟିକା ଆଲିସା ହିଲି ୮୨ ରନ୍‌ର ଇନିଂସ ଖେଳିଥିଲେ। ଉଭୟ ଓପନର ପ୍ରଥମ ଉଇକେଟର ୧୮୯ ରନର ପାର୍ଟନରଶିପ୍‌ ସହ ବଡ ସ୍କୋରର ମୂଳଦୂଆ ପକାଇଥିଲେ। ଭାରତ ପକ୍ଷରୁ ସ୍ପିନର ଶ୍ରେୟାଙ୍କା ପାଟିଲ ସଫଳ ବୋଲର ଭାବେ ୫୭ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅମନଜୋତ କୌର ୨, ଦୀପ୍ତି ଶର୍ମା ଓ ପୂଜା ବସ୍ତ୍ରକାର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୩୩୯ ରନ୍‌ ଜବାବରେ ଭାରତ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ମାତ୍ର ୧୪୮ ରନ୍‌ରେ ଅଲଆଉଟ ହୋଇଥିଲା। ୬ ଜଣ ଖେଳାଳି ୨ ଅଙ୍କ ଛୁଇଁ ପାରି ନ ଥିବା ବେଳେ ସ୍ମୃତି ମନ୍ଧାନା ସର୍ବାଧିକ ୨୯ ରନ୍‌ ସ୍କୋର କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଦୀପ୍ତି ଶର୍ମା ୨୫*, ଜେମିମା ରୋଡ୍ରିଗୁଏଜ ୨୫ ଓ ରିଚା ଘୋଷ ୧୯ ରନ୍‌ ସ୍କୋର କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଜର୍ଜିଆ ଓ୍ବେୟାରହାମ୍‌ ୩, ମେଗାନ୍‌ ଶୁଟ୍‌, ଆଲାନା କିଙ୍ଗ ଓ ଆନାବେଲ ସଦରଲାଣ୍ଡ ୨ଟି ଲେଖାଏ ଉଇକେଟ ନେଇଥିଲେ। ଫିବ୍‌ ଲିଚ୍‌ଫିଲ୍ଡଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଓ ସିରିଜ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri