Odisha Elections 2024
Posted inଖେଳ

ମହିଳା ଦିନିକିଆ: ଅନ୍ତିମ ମ୍ୟାଚ୍‌କୁ ୧୯୦ରନ୍‌ରେ ଜିତି ଅଷ୍ଟ୍ରେଲିଆର କ୍ଳିନ୍‌ ସୁଇପ୍‌

ମୁମ୍ବାଇ,୨ା୧: ଭାରତ ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌କୁ ୧୯୦ରନ୍‌ରେ ଜିତି ନେବା ସହ ୩-୦ରେ କ୍ଲିନସୁଇପ୍‌ କରିଛି ଅଷ୍ଟ୍ରେଲିଆ ମହିଳା ଦଳ। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୭ ଉଇକେଟରେ ୩୩୮ ରନ୍‌ କରିଥିବା ବେଳେ ଭାରତ ୩୨.୪ ଓଭରରେ ସମସ୍ତ ଉଇକେଟ ହରାଇ ୧୪୮ ରନ୍‌ କରିଥିଲା। ପ୍ରଥମ ୨ ଦିନିକିଆ ଜିତିବା ସହିତ ଅଷ୍ଟ୍ରେଲିଆ ଆଗୁଆ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଜିତି ନେଇଥିଲା।

ଅଷ୍ଟ୍ରେଲିଆ ମହିଳା ଦଳ ମଙ୍ଗଳବାର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଓପନର ଫିବ୍‌ ଲିଚଫିଲ୍ଡ ନିଜ ଅନ୍ତର୍ଜାତୀୟ କ୍ୟାରିୟରର ଦ୍ୱିତୀୟ ଶତକ ହାସଲ କରିଥିଲେ। ୨୦ ବର୍ଷୀୟା ଲିଚ୍‌ଫିଲ୍ଡ ୧୨୫ ବଲ୍‌ ଖେଳି ୧୧୯ ରନ୍‌ ସ୍କୋର କରିଥିଲେ। ଏହି ଇନିଂସରେ ୧୬ ଚୌକା ଓ ୧ ଛକା ସାମିଲ ଥିଲା। ଅନ୍ୟତମ ଓପନର ତଥା ଅଧିନାୟିକା ଆଲିସା ହିଲି ୮୨ ରନ୍‌ର ଇନିଂସ ଖେଳିଥିଲେ। ଉଭୟ ଓପନର ପ୍ରଥମ ଉଇକେଟର ୧୮୯ ରନର ପାର୍ଟନରଶିପ୍‌ ସହ ବଡ ସ୍କୋରର ମୂଳଦୂଆ ପକାଇଥିଲେ। ଭାରତ ପକ୍ଷରୁ ସ୍ପିନର ଶ୍ରେୟାଙ୍କା ପାଟିଲ ସଫଳ ବୋଲର ଭାବେ ୫୭ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅମନଜୋତ କୌର ୨, ଦୀପ୍ତି ଶର୍ମା ଓ ପୂଜା ବସ୍ତ୍ରକାର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୩୩୯ ରନ୍‌ ଜବାବରେ ଭାରତ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ମାତ୍ର ୧୪୮ ରନ୍‌ରେ ଅଲଆଉଟ ହୋଇଥିଲା। ୬ ଜଣ ଖେଳାଳି ୨ ଅଙ୍କ ଛୁଇଁ ପାରି ନ ଥିବା ବେଳେ ସ୍ମୃତି ମନ୍ଧାନା ସର୍ବାଧିକ ୨୯ ରନ୍‌ ସ୍କୋର କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଦୀପ୍ତି ଶର୍ମା ୨୫*, ଜେମିମା ରୋଡ୍ରିଗୁଏଜ ୨୫ ଓ ରିଚା ଘୋଷ ୧୯ ରନ୍‌ ସ୍କୋର କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଜର୍ଜିଆ ଓ୍ବେୟାରହାମ୍‌ ୩, ମେଗାନ୍‌ ଶୁଟ୍‌, ଆଲାନା କିଙ୍ଗ ଓ ଆନାବେଲ ସଦରଲାଣ୍ଡ ୨ଟି ଲେଖାଏ ଉଇକେଟ ନେଇଥିଲେ। ଫିବ୍‌ ଲିଚ୍‌ଫିଲ୍ଡଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଓ ସିରିଜ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି...

ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍‌ର ଦାମ୍‌…

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍‌ ), କୋଲକାତା ନାଇଟ ରାଇଡର୍ସ (କେକେଆର୍‌), ରାଜସ୍ଥାନ ରୟାଲ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri