Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ କମାଲ କଲେ ନଟରାଜନ: ପ୍ରଥମ ଦିନ ଅଷ୍ଟ୍ରେଲିଆ ୨୭୪/୫

ବ୍ରିସବେନ୍‌,୧୫।୧: ବର୍ଡର-ଗାଭାସ୍କର ସିରିଜର ଶେଷ ଟେଷ୍ଟ ବ୍ରିସବେନ୍‌ରରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଡେବ୍ୟୁ କରିଥିବା ଟି.ନଟରାଜନ କମାଲ ପ୍ରଦର୍ଶନ କରିଛନ୍ତି। ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେବା ପରେ ଦଳକୁ ପ୍ରାରମ୍ଭିକ ୨ଟି ଝଟ୍‌କା ଲାଗିଥିଲା। ଡେଭିଡ ଓ୍ବାର୍ନର ଶୂନ ଏବଂ ମାର୍କସ ହାରିସ ୫ ରନ୍‌ରେ ଆଉଟ୍‌ ହୋଇଥିଲେ। ଏହାପରେ ଷ୍ଟିଭ୍‌ ସ୍ମିଥ୍‌ ୩୬, ମାଥ୍ୟୁ ଓ୍ବେଡ୍‌ ୪୫ ପାଳିକୁ ସମ୍ଭାଳି ଥିଲେ। ଏହାପରେ ମାର୍ଲନ ଲାବୁସେନଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଦିନର ଖେଲ ଶେଷ ବେଳକୁ ୨୭୪ ରନ୍‌ ସଂଗ୍ରହ କରିଛି। ନଟରାଜନ ୨ଟି ଉଇକେଟ୍‌ ନେଇଥିବାବେଳେ, ଶାଦ୍ଦୁଳ ଠାକୁର, ମହମ୍ମଦ ସିରାଜ, ଓ୍ବାଶିଂଟନ୍‌ ସୁନ୍ଦର ୧-୧ ଉଇକେଟ ନେଇଥିଲେ। ଭାରତ ଅନଭିଜ୍ଞ ବୋଲିଂ ଆଟାକ ସହ ଅଷ୍ଟ୍ରେଲିଆ ବିପକ୍ଷରେ ମଇଦାନକୁ ଓହ୍ଲାଇଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ ଅଶ୍ୱିନ ୪ର୍ଥ ଟେଷ୍ଟ ଖେଳୁନାହାନ୍ତି। ତାଙ୍କ ସ୍ଥାନରେ ଟି ନଟରାଜନ ଏବଂ ଓ୍ବାଶିଂଟନ୍‌ ସୁନ୍ଦର ଟେଷ୍ଟରେ ଡେବ୍ୟୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri