Posted inଖେଳ

ବିରାଟ କୋହଲିଙ୍କ ଟେନସନ୍‌ ବଢାଇ ପାରନ୍ତି ଏହି ୨୧ ବର୍ଷୀୟ କ୍ରିକେଟର

ସିଡନୀ,୮।୧୨: ଏକଦିବସୀୟ ଏବଂ ଟି-୨୦ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ଟି ଟେଷ୍ଟ ମ୍ୟାଚ ଖେଳିବ। ଅଷ୍ଟ୍ରେଲିଆର ପୂର୍ବ ଗସ୍ତରେ ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ଟେଷ୍ଟ ସିରିଜରେ ଐତିହାସିକ ବିଜୟ ହାସଲ କରିଥିଲା। କିନ୍ତୁ ଏଥର ଅଷ୍ଟ୍ରେଲିଆ ଭାରତ ଉପରେ ଭାରି ଥିବା ଜଣାପଡୁଛି। ଏହି ସମୟରେ, ୨୧ ବର୍ଷୀୟ ଅଷ୍ଟ୍ରେଲୀୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନ ଟେଷ୍ଟ ସିରିଜ ପୂର୍ବରୁ ଅଧିନାୟକ ବିରାଟ କୋହଲିଙ୍କ ଟେନସନ ବଢାଇ ଦେଇଛନ୍ତି। ଅଭ୍ୟାସ ମ୍ୟାଚରେ ଗ୍ରୀନ ଭାରତ ବିପକ୍ଷରେ ଏକ ଶତକ ଅର୍ଜନ କରିଛନ୍ତି। ଏହା ବ୍ୟତୀତ ସେ ଟିମ ଇଣ୍ଡିଆର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ମଧ୍ୟ ନେଇଥିଲେ। ତିନି ଦିନିଆ ଅଭ୍ୟାସ ମ୍ୟାଚର ଦ୍ୱିତୀୟ ଦିନରେ ଗ୍ରୀନ ୧୨୫ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ୧୨ ଚୌକା ଓ ଗୋଟିଏ ଛକା ମାରିଥିଲେ। ଏହା ପରେ ଗ୍ରୀନ ଦ୍ୱିତୀୟ ଇନିଂସରେ ଦୁଇଟି ଉଇକେଟ ନେଇଥିଲେ। ବିଶେଷ କଥା ହେଉଛି ସେ ଏହି ମ୍ୟାଚରେ ଉଭୟ ଭାରତର ଓପନର୍‌ ପୃଥ୍ବୀ ଶ’ ଏବଂ ଶୁଭମାନ ଗିଲଙ୍କୁ ଆଉଟ୍‌ କରିଛନ୍ତି। ସେ ପ୍ରଥମ ଇନିଂସରେ କୌଣସି ଉଇକେଟ ପାଇ ନ ଥିଲେ। ଭାରତ ବିପକ୍ଷ ଟେଷ୍ଟ ଦଳରେ ଗ୍ରୀନଙ୍କୁ ସାମିଲ କରାଯାଇଛି। ଏଭଳି ପରିସ୍ଥିତିରେ ସେ ଭାରତ ବିପକ୍ଷ ଚୂଡାନ୍ତ ଏକାଦଶରେ ମଧ୍ୟ ସେ ସ୍ଥାନ ପାଇପାରନ୍ତି ବୋଲି ଆଶା କରାଯାଉଛି। ଗତ ସପ୍ତାହରେ ଗ୍ରୀନ ଭାରତ ବିପକ୍ଷରେ ଏକଦିବସୀୟ ଡେବ୍ୟୁ କରିଥିଲେ। ନିକଟରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ତଥା ସମୀକ୍ଷକ ଇଆନ ଚାପେଲ ମଧ୍ୟ କ୍ୟାମେରନ ଗ୍ରୀନଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?