Posted inଖେଳ

ମ୍ୟାନ ଅଫ ସିରିଜ’ ଟ୍ରଫିକୁ ଏହି ଖେଳାଳିଙ୍କୁ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ସିଡନୀ,୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି -୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଟି ନଟରାଜନ ପ୍ରାଧାନ୍ୟ ବିସ୍ତାର କରିଥିଲେ। ପାଣ୍ଡ୍ୟା ବ୍ୟାଟ ନଟରାଜନ ବଲରେ ଯାଦୁ ଦେଖିଥିଲେ। ଦଳ ପାଇଁ ପାଣ୍ଡ୍ୟା ଜଣେ ଭଲ ଫିନିଶର ଭୂମିକା ନିଭାଇ ଥିଲେ। ଦ୍ୱିତୀୟ ଟି -୨୦ ମ୍ୟାଚରେ ସେ ଅପରାଜିତ ୪୨ ସ୍କୋର କରି ଦଳକୁ ଜିତାଇଥିବାବେଳେ କ୍ୟାରିୟରର ପ୍ରଥମ ଗସ୍ତରେ ନଟରାଜ ପ୍ରଥମ ଟି-୨୦ ମ୍ୟାଚରେ ୩ଟି ଉଇକେଟ, ଦ୍ୱିତୀୟ ମ୍ୟାଚ୍‌ରେ ୨ ଉଇକେଟ ଏବଂ ତୃତୀୟ ତଥା ଶେଷ ମ୍ୟାଚରେ ଗୋଟିଏ ଉଇକେଟ ନେଇିଥିଲେ। ଯଦିଓ ତୃତୀୟ ଟି -୨୦ ମ୍ୟାଚରେ ଭାରତ ୧୨ ରନର ପରାଜୟର ସମ୍ମୁଖୀନ ହୋଇଥିଲା, ତଥାପି ସିରିଜ ୨-୧ରେ ଜିତିଥିଲା ଏବଂ ପାଣ୍ଡ୍ୟା ‘ମ୍ୟାନ ଅଫ ସିରିଜ’ ହୋଇଥିଲେ। ତେବେ ସେ ନିଜର ବଡ ହୃଦୟ ଦେଖାଇ ନଟରାଜନଙ୍କୁ ‘ମ୍ୟାନ ଅଫ ଦି ସିରିଜ’ ପୁରସ୍କାର ପ୍ରଦାନ କରିଥିଲେ। ପାଣ୍ଡ୍ୟାଙ୍କ ସହ ସମ୍ପୂର୍ଣ୍ଣ ଭାରତୀୟ ଦଳ ନଟରାଜନଙ୍କ ପ୍ରଦର୍ଶନରେ ପ୍ରଭାବିତ ହୋଇଛନ୍ତି। ମ୍ୟାନ ଅଫ ଦି ସିରିଜ ହେବା ପରେ ପାଣ୍ଡ୍ୟା କହିଥିଲେ ଯେ ସେ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ନୁହଁନ୍ତି, ବରଂ ନଟରାଜନ ଏହି ପୁରସ୍କାର ପାଇବା ଉଚିତ୍‌। ପାଣ୍ଡ୍ୟା କହିଛନ୍ତି, ମୁଁ ବହୁତ ଖୁସି। କିନ୍ତୁ ଏହା କୌଣସି ବ୍ୟକ୍ତିର ପ୍ରୟାସ ନୁହେଁ,  ସମଗ୍ର ଦଳଗତ ପ୍ରଦର୍ଶନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri