Posted inଖେଳ

ଭାରତୀୟ ଦଳ ପାଇଁ ଖରାପ ଖବର!

ଆଡିଲେଡ୍‌,୨୦।୧୨: ଘରୋଇ ଅଷ୍ଟ୍ରେଲିଆଠାରୁ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ଭୋଗିବା ପରେ ଭାରତୀୟ ଦଳକୁ ଚାରିଆଡୁ ସମାଲୋଚନା କରାଯାଉଛି। ଏହି ସମୟରେ ଭାରତୀୟ ଦଳ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବୋଲର ମହମ୍ମଦ ସାମି ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡିବାର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରଥମ ଟେଷ୍ଟର ଦ୍ୱିତୀୟ ଇଂନିଶରେ ବ୍ୟାଟିଂ କରୁଥିବାବେଳେ ତାଙ୍କ ଡାହାଣ ହାତରେ ଅଷ୍ଟ୍ରେଲିଆ ବୋଲି ପ୍ୟାଟ୍‌ କମିନ୍ସଙ୍କ ଏକ ବାଉନସର ବଲ୍‌ ବାଜିଥିଲା। ପରେ ତାଙ୍କୁ ରିଟାର୍ଡହର୍ଟ ହେବାକୁ ପଡିଥିଲା। ଏହାପରେ ତାଙ୍କର ହାତ ସ୍କାନ କରାଯାଇଥିଲା। ଏହା ଏବେ ଗୁରୁତର ରହିଛି। ସେ ନିଜଟରେ ସୁସ୍ଥ ହେବାର ପ୍ରଶ୍ନ ଉଠୁନାହିଁି। ଯଦି ସାମି ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡନ୍ତି ତେବେ ଭାରତୀୟ ଦଳ ପାଇଁ ଏହା ବଡ ଝଟ୍‌କା ହେବ। ଗତ ଦୁଇ ବର୍ଷ ହେବ ଟେଷ୍ଟରେ ସାମି ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲର୍‌ ରହିଆସିଛନ୍ତି। ବାକି ମ୍ୟାଚ୍‌ରେ ସାମିଙ୍କ ସ୍ଥାନରେ ମହମ୍ମଦ ସିରାଜ କିମ୍ବା ନବଦୀପ ସଇନିଙ୍କୁ ସ୍ଥାନ ମିଳିପାରେ। ସୂଚନାଯୋଗ୍ୟ,୪ଟିକିଆ ଟେଷ୍ଟ ସିରିଜ୍‌ରେ ଭାରତ ୧-୦ରେ ପଛରେ ରହିଛି। ଦ୍ୱିତୀୟ ଟେଷ୍ଟ ଡିସେମ୍ପର ୨୬ରୁ ମେଲବର୍ଣ୍ଣରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri