Posted inଖେଳ

ଶାର୍ଦ୍ଦୁଳ ଠାକୁରଙ୍କୁ ସିଡ୍‌ନୀରେ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୩୧ା୧୨- ଚଳିତ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି ଭାରତୀୟ ପେସର ଉମେଶ ଯାଦବ । ତାଙ୍କ ବଦଳରେ ସିଡ୍‌ନୀଠାରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟରେ ଉଦୀୟମାନ ପେସର ଟି. ନଟରାଜନଙ୍କୁ ନୁହେଁ ଶାର୍ଦ୍ଦୁଳ ଠାକୁରଙ୍କୁ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ଦେଇପାରେ ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ।

ଟି୨୦ ସିରିଜ୍‌ରେ ଜବରଦସ୍ତ ବୋଲିଂ ପରେ ନଟରାଜନଙ୍କୁ ଟେଷ୍ଟ ପଦାର୍ପଣ କରିବାର ସୁଯୋଗ ମିଳିବ ବୋଲି ଆଲୋଚନା ହେଉଛି। ହେଲେ ସେ ଏପର୍ଯ୍ୟନ୍ତ ତାମିଲନାଡୁ ପକ୍ଷରୁ ମାତ୍ର ଗୋଟେ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି। ଅନ୍ୟ ପଟେ ଶାର୍ଦ୍ଦୁଳ ମୁମ୍ବାଇ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟରେ ପ୍ରଭାବଶାଳୀ ପ୍ରଦର୍ଶନ କରିଆସିଛନ୍ତି। ଦୁଭାଗ୍ୟବଶତଃ ଆହତ ସମସ୍ୟା ଯୋଗୁ ଶାର୍ଦ୍ଦୁଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପଦାର୍ପଣ ଟେଷ୍ଟରେ ପ୍ରଥମ ଓଭର ମଧ୍ୟ ପୂରଣ କରିପାରି ନ ଥିଲେ। ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ଫିଟ୍‌ ଓ ତାଙ୍କୁ ଉମେଶଙ୍କ ବଦଳରେ ସୁଯୋଗ ମିଳିପାରେ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି।

ଶାର୍ଦ୍ଦୁଳ ଓ ନଟରାଜନଙ୍କ ମଧ୍ୟରୁ କାହାକୁ ମିଳିବ ସୁଯୋଗ, ତାହା କୋଚ୍‌ ରବି ଶାସ୍ତ୍ରି ଓ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଉପରେ ନିର୍ଭର କରେ। ପ୍ରଥମ ଶ୍ରେଣୀ କ୍ରିକେଟରେ ୬୨ ମ୍ୟାଚ୍‌ ଖେଳିଥିବା ଶାର୍ଦ୍ଦୁଳ ୨୦୬ ଉଇକେଟ ନେଇଛନ୍ତି। ଆଉ ତାଙ୍କର ବ୍ୟାଟିଂ ଦକ୍ଷତା ମଧ୍ୟ ରହିଛି। ତାଙ୍କ ନାମରେ ଅଛି ୬ଟି ପ୍ରଥମ ଶ୍ରେଣୀ ଅର୍ଦ୍ଧଶତକ।

 


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri