Posted inଖେଳ

ଏହି କ୍ରିକେଟର୍‌ଙ୍କ ପାଇଁ ପ୍ରାର୍ଥନା କରୁଥିଲେ ଠାକୁର

ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ସିରିଜ୍‌ ଜିତିବାରେ ଶାର୍ଦ୍ଦୁଲ ଠାକୁରଙ୍କ ଅବଦାନ ଉଲ୍ଲେଖନୀୟ ଥିଲା। ଗାବା ଟେଷ୍ଟର ପ୍ରଥମ ଇନିଂସରେ ୬୭ ସ୍କୋର କରି ଭାରତକୁ ପ୍ରତ୍ୟାବର୍ତ୍ତନ କରିଥିବା ଶାର୍ଦ୍ଦୁଲ ଏକ ସାକ୍ଷାତକାରରେ କହିଛନ୍ତି ଯେ, ମୁଁ ହୃଦୟରୁ ପ୍ରାର୍ଥନା କରୁଥିଲି ଯେ ସିରାଜ ୫ ଉଇକେଟ ନିଅନ୍ତୁ। କାରଣ ପିତାଙ୍କ ଦେହାନ୍ତ ପରେ ତାଙ୍କ ପାଇଁ ଅତ୍ୟନ୍ତ ଭାବପ୍ରବଣ ଏବଂ କଷ୍ଟକର ସମୟ ଥିଲା। ପିତାଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ସିରାଜ ମୃତ୍ୟୁ ପରେ ମଧ୍ୟ ଭାରତ ଫେରି ନ ଥିଲେ। ତେଣୁ ମହମ୍ମଦ ସିରାଜ ୫ ଉଇକେଟ କ୍ଲବରେ ଯୋଗଦେବାକୁ ସେ ହୃଦୟରୁ ଚାହୁଁଥିଲେ। ଗାବା ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇନିଂସରେ ୭୩ ରନ ଦେଇ ସିରାଜ ୫ ଉଇକେଟ ନେଇଥିଲେ। ଟେଷ୍ଟ କ୍ରିକେଟରେ ସିରାଜ ପ୍ରଥମଥର ପାଇଁ ଏକ ଇନିଂସରେ ୫ ଉଇକେଟ ନେଇଥିଲେ। ଏହା ସହ ସେ ମହାନ ଭାରତୀୟ ଦ୍ରୁତ ବୋଲର ଜଭଗଲ ଶ୍ରୀନାଥଙ୍କ ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି। ଅଷ୍ଟ୍ରେଲିଆରେ ଡେବ୍ୟୁ ଟେଷ୍ଟ ସିରିଜରେ ସିରାଜ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ୧୩ ଉଇକେଟ ନେଇଥିଲେ ଏବଂ ଏହା ପୂର୍ବରୁ ଏହି ରେକର୍ଡ ଜଭାଗଲ ଶ୍ରୀନାଥଙ୍କ ନାମରେ ଥିଲା। ୧୯୯୧-୯୨ ମସିହାରେ ଶ୍ରୀନାଥ ୧୦ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri