Posted inଖେଳ

ପିଚ୍‌ ଖରାପ କରୁଥିବାବେଳେ ଧରାପଡିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୧୧।୧: ଦୁଇ ବର୍ଷ ପୂର୍ବେ ଦକ୍ଷିଣ ଆଫ୍ରିକା ଗସ୍ତରେ ବଲ ଟାମ୍ପରିଂ କରି ଧରା ପଡିଥିବା ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ପୁରୁଣା ପ୍ରକୃତି ମନେ ପଡିଯାଇଛି। ଭାରତ ବିପକ୍ଷ ସିଡନୀ ଟେଷ୍ଟ ସମୟରେ ଗୋଡରେ ପିଚ୍‌ ଖରାପ୍‌ କରୁଥିବାବେେଳେ ସେ ଧରାପଡିଛନ୍ତି। ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆ ସମ୍ମୁଖରେ ବିଜୟ ପାଇଁ ୪୦୭ରନ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ପଞ୍ଚମ ଦିନରେ ରିଷଭ ପନ୍ତ ଏବଂ ଚେତେଶ୍ୱର ପୂଜାରାଙ୍କ ସର୍ବୋତ୍ତମ ଇନିଂସ ଆଧାରରେ ଭାରତ ଧୀରେ ଧୀରେ ବିଜୟ ଆଡକୁ ଗତି କରୁଛି। ଅଷ୍ଟ୍ରେଲୀୟ ବୋଲର ବିଶେଷକରି ନାଥନ ଲିଅନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ଚାପ ସୃଷ୍ଟି କରିବାକୁ ଚେଷ୍ଟା କରିଥିଲେ। ଆୟୋଜକ ଦଳ ଏହି ଯୋଡିକୁ ଭାଙ୍ଗିବା ପାଇଁ ଶତ ଚେଷ୍ଟା କରିଥିଲେ, ଏହି ସମୟରେ ସ୍ମିଥ୍‌ ପିଚ୍‌ ଖରାପ୍‌ କରୁଥିତ୍ବା ଏକ କ୍ୟାମେରାରେ କଏଦ ହୋଇଯାଇଥିଲା।
ମ୍ୟାଚ୍‌ର ଶେଷ ଅର୍ଥାତ୍‌ ପଞ୍ଚମ ଦିନର ପ୍ରଥମ ଅଧିବେଶନରେ ଡ୍ରିଙ୍କ୍ସ ବ୍ରେକ୍‌ ସମୟରେ ଖେଳ ଆରମ୍ଭ ହେବାର କିଛି ସମୟ ପୂର୍ବରୁ ଅଷ୍ଟ୍ରେଲୀୟ ଖେଳାଳି ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ବ୍ୟାଟିଂ କରୁଥିତ୍ବା ପିଚ୍‌ ଚିହ୍ନକୁ ଗୋଡରେ ଲିଭାଇ ଦେବାକୁ ଚେଷ୍ଟା କରିଥିଲେ। ଏହା ପରେ ପନ୍ତ ଉଇକେଟ ନେଇଥିଲେ। ୪୯ ନମ୍ବର ଜର୍ସି ଥିବା ପ୍ଲେୟାର ଷ୍ଟମ୍ପ କ୍ୟାମେରାରେ ତାଙ୍କ ଗୋଡରେ ମାର୍କ ଲିଭାଉଥିବା ଦେଖାଯାଉଛି ଏବଂ ଏହି ଜର୍ସି ନମ୍ବର ସ୍ମିଥଙ୍କ ବ୍ୟତୀତ ଅନ୍ୟ କାହାର ନୁହେଁ। ଏହା ପରେ ସ୍ମିଥଙ୍କ ଖେଳ ଭାବନା ଉପରେ ପ୍ରଶ୍ନ ଉଠିଛି। କେବଳ ଏତିକି ନୁହେଁ, ଏହା ଆଇସିସି ନିୟମର ଉଲ୍ଲଂଘନ ମଧ୍ୟ ଅଟେ। ସୂଚନାଯୋଗ୍ୟ, ମାର୍ଚ୍ଚ ୨୪ ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟର ତୃତୀୟ ଦିନରେ ଷ୍ଟିଭ ସ୍ମିଥ ଏବଂ ଡେଭିଡ ୱାର୍ନର ବଲ୍‌ ଘଷୁଥିବା ଦେଖାଯାଇଥିଲା। ସେତେବେଳେ ଉଭୟ ଯଥାକ୍ରମେ ଅଷ୍ଟ୍ରେଲିଆ ଦଳର ଅଧିନାୟକ ଏବଂ ଉପ-ଅଧିନାୟକ ଥିଲେ। ଏହା ପରେ ଉଭୟ ଖେଳାଳିଙ୍କୁ ନିଲମ୍ବିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri