Posted inଖେଳ

ରାହାନେଙ୍କ ନେତୃତ୍ୱକୁ ନେଇ ଏମିତି କହିଦେଲେ ବିରାଟ କୋହଲି

ମେଲବୋର୍ନ,୨୯।୧୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଦଳ ୮ ଉଇକେଟ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ସିରିଜ୍‌ ୧-୧ ବରାବର ରହିଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ନେତୃତ୍ୱ ନେଉଥିବା ଅଜିଙ୍କେ ରାହାନେ ପୂରା ମ୍ୟାଚରେ ଚମତ୍କାର ଅଧିନାୟକ ଦାୟିତ୍ୱ ତୁଲାଇ ଥିଲେ। ରାହାନେଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଏବଂ ନିୟମିତ ଅଧିନାୟକ ବିରାଟ କୋହଲି। ସଚିନ କହିଛନ୍ତି, ବିରାଟ କୋହଲି, ରୋହିତ୍‌ ଶର୍ମା, ଈଶାନ୍ତ ଶର୍ମା ଓ ମହମ୍ମଦ ଶାମିଙ୍କ ବିନା ବିଜୟ ହାସଲ କରିବା ବହୁତ ବଡ ଉପଲବ୍ଧି। ପ୍ରଥମ ଟେଷ୍ଟରେ ମିଳିଥିବା ପରାଜୟକୁ ପଛରେ ପକାଇ ଟିମ ସିରିଜ ବରାବର କରିବା ପାଇଁ ଯେଉଁ ଆଗ୍ରହ ଦେଖାଇଛି, ତାହା ଅତ୍ୟନ୍ତ ପ୍ରଶଂସନୀୟ। ସେହିପରି କୋହଲି ଟୁଇଟ କରି କହିଛନ୍ତି, ଏହା ଏକ ଚମତ୍କାର ବିଜୟ। ପୂରା ଟିମ ବହୁତ ବଢିଆ ପ୍ରଦର୍ଶନ କରିଛନ୍ତି। ସାଥୀ ଖେଳାଳି ଖାସ କରି ରାହାନେଙ୍କ ପାଇଁ ଏହାଠାରୁ ଅଧିକ ଖୁସି ହୋଇପାରିବ ନାହିଁ, ଯିଏ ବିଜୟରେ ଟିମର ଜବରଦସ୍ତ ନେତୃତ୍ୱ ନେଇଛନ୍ତି। ସୂଚନାଯୋଗ୍ୟ, ପ୍ରଥମ ଟେଷ୍ଟ ଖେଳି କୋହଲି ଭାରତକୁ ଫେରିଥିଲେ। ଆଗାମୀ ଜାନୁୟାରୀ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ତାଙ୍କୁ ସମୟ ଦେବା ପାଇଁ କୋହଲି ପିତୃତ୍ୱ ଛୁଟି ନେଇ ଭାରତ ଫେରିଆସିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?