Posted inଖେଳ

କେବଳ ଖେଳ ନୁହେଁ, ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟ ଏହି ଖେଳାଳି

କର୍ନାଟକର ଯୁବ ଦ୍ରୁତ ବୋଲର ପ୍ରସିଦ୍ଧ କ୍ରିଷ୍ଣା ପଦାର୍ପଣ ମ୍ୟାଚ୍‌ରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆରେ ସେ ୮.୧ ଓଭର ବୋଲିଂ କରି ୫୪ ରନ୍‌ ଦେଇ ୪ ଉଇକେଟ୍‌ ନେଇଥିଲେ। ୨୫ ବର୍ଷୀୟ କ୍ରିଷ୍ଣା ଏଥିସହ ପ୍ରଥମ ଭାରତୀୟ ବୋଲର ଭାବେ ପଦାର୍ପଣ ମ୍ୟାଚ୍‌ରେ ଏଭଳି  ସଫଳତା ହାସଲ କରି ରାତାରାତି ପ୍ରସିଦ୍ଧ ହୋଇଛନ୍ତି। ଭାରତୀୟ ଦଳର ଏହି ଯୁବ ଖେଳାଳି କେବଳ ଖେଳରେ ନୁହନ୍ତି, ବରଂ ସୋସିଆଲ ମିଡିଆରେ ମଧ୍ୟ ଷ୍ଟାର ଅଟନ୍ତି। ଇନ୍‌ଷ୍ଟାଗ୍ରାମ୍‌ରେ ତାଙ୍କର ୫୫.୪ ହଜାର ଫଲୋଅର୍ସ ରହିଛନ୍ତି। ତାଙ୍କର ଗୋଟିଏ ପୋଷ୍ଟରେ ହଜାର ହଜାର ଲୋକ ପ୍ରତିକ୍ରିୟା ଦେଇଛନ୍ତି।
ନିକଟରେ ମ୍ୟାଚ୍‌ ପୂର୍ବରୁ ସେ ନିଜର ଏକ ଫଟୋ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଥିଲେ। ଯେଉଁଥିରେ ୬୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଲାଇକ୍‌, କମେଣ୍ଟ କରିବା ସହ ଶୁଭେଚ୍ଛା ମଧ୍ୟ ଜଣାଇଥିଲେ। ଆଇଲାଣ୍ଡରେ ଛୁଟି କାଟୁଥିବାର ତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଉକ୍ତ ଫଟୋକୁ ଶେୟାର କରି ସେ କ୍ୟାପଶନରେ ଲେଖିଥିଲେ, ଯୁବକ, ହିଂସ୍ର ଏବଂ ମୁକ୍ତ। ତାଙ୍କର ପ୍ରାୟ ସମସ୍ତ ଫଟୋକୁ ଦେଖି ପ୍ରଶଂସକମାନେ ଘାଇଲା ହୋଇଯାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri