Posted inଖେଳ

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସାଉଥମ୍ପଟନ,୭।୭: ଭାରତ ଏବଂ ଇଂଲଣ୍ଡର କ୍ରିକେଟ ଦଳ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ ଆଜିଠାରୁ ଖେଳାଯିବ। ଏହି ମ୍ୟାଚ ସାଉଥମ୍ପଟନରେ ଖେଳାଯିବ। ଏଡବାଷ୍ଟନଠାରେ ପୁନନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚରେ ପରାଜୟ ପରେ ବର୍ତ୍ତମାନ ଟିମ ଇଣ୍ଡିଆ ଏକ ବିଜୟ ସହିତ ଟି-୨୦ ସିରିଜ ଆରମ୍ଭ କରିବାକୁ ଚାହୁଁଛି। ରିଷଭ ପନ୍ତ, ବିରାଟ କୋହଲି, ଜଶପ୍ରୀତ ବୁମ୍‌ରାଙ୍କ ପରି ବରିଷ୍ଠ ଖେଳାଳିମାନେ ପ୍ରଥମ ଟି-୨୦ରେ ଖେଳୁ ନାହାଁନ୍ତି। ଏଭଳି ପରିସ୍ଥିତିରେ ଯୁବ ଖେଳାଳିମାନେ ପୁଣି ଥରେ ନିଜର ଛାପ ଛାଡିବାର ସୁଯୋଗ ପାଇବେ। ପ୍ରଥମ ଟି-୨୦ ମ୍ୟାଚରେ ଦୀନେଶ କାର୍ତ୍ତିକ ପନ୍ତଙ୍କ ସ୍ଥାନରେ ଉଇକେଟ କିପିଂ ଦାୟିତ୍ୱ ଗ୍ରହଣ କରିବେ।ତ୍‌
ବୁଧବାର ରୋହିତ ପ୍ରଥମ ଥର ପାଇଁ ଅଭ୍ୟାସ ସେସନରେ ଅଂଶଗ୍ରହଣ କରିଥିଲେ। ଟି-୨୦ ବିଶ୍ୱକପ ଦୃଷ୍ଟିରୁ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜର ଗୁରୁତ୍ୱପୂର୍ଣ୍ଣ। କରୋନାରୁ ସୁସ୍ଥ ହେବା ପରେ ରୋହିତ ଶର୍ମା କହିଛନ୍ତି ଯେ, ବିଶ୍ୱକପ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବାକୁ ଯାଉଛି, ତେଣୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ ଏବଂ ପ୍ରତ୍ୟେକ ମ୍ୟାଚ ଗୁରୁତ୍ୱପୂର୍ଣ୍ଣ। ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ଡେବ୍ୟୁ କରିଥିବା ଦ୍ରୁତ ବୋଲର ଉମ୍ରାନ ମଲିକ ଜଣେ ଭାରତୀୟ ରଣନୀତିର ଏକ ଅଂଶ।
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟି-୨୦ ମ୍ୟାଚ ଗୁରୁବାର ସାଉଥମ୍ପଟନରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ରାତି ୧୦.୩୦ରୁ ଖେଳାଯିବ। ସୋନି ସିକ୍ସ ଏବଂ ସୋନି ଏଚ୍‌ଡିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚର ଲାଇଭ ଟେଲିକାଷ୍ଟ ଆପଣ ଦେଖିପାରିବେ। ସୋନି ଲାଇଭ ଆପରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଦେଖିପାରିବେ।
ପ୍ରଥମ ଟି-୨୦ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ, ରିତୁରାଜ ଗାଇକ୍ୱାଡ, ସଞ୍ଜୁ ସାମସନ, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଦା, ରାହୁଲ ତ୍ରିପାଠୀ, ଦୀନେଶ କାର୍ତ୍ତିକ(ଉଇକେଟ୍‌ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେସ୍‌ ଆୟାର, ୟୁଜଭେନ୍ଦ୍ର ଚହଲ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଆବେଶ ଖାନ, ଅର୍ଶଦୀପ ସିଂ ଏବଂ ଉମ୍ରାନ ମଲ୍ଲିକ।
ଇଂଲଣ୍ଡର ସମ୍ଭାବ୍ୟ ଖେଳ: ଜେଶନ ରୟ, ଜୋସ ବଟଲର୍‌ (ଅଧିନାୟକ ଏବଂ ଉଇକେଟ୍‌ କିପର), ଡେଭିଡ ମଲାନ, ମୋଏନ ଅଲି, ଲିଆମ ଲିଭିଙ୍ଗଷ୍ଟୋନ, ହ୍ୟାରି ବ୍ରୁକ, ସାମ କୁରାନ, କ୍ରିସ ଜୋର୍ଡାନ, ଟାଇମଲ ମିଲ୍ସ, ରିସ ଟୋପଲ, ମ୍ୟାଟ ପାର୍କିନ୍ସନ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri