Posted inଖେଳ

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସାଉଥମ୍ପଟନ,୭।୭: ଭାରତ ଏବଂ ଇଂଲଣ୍ଡର କ୍ରିକେଟ ଦଳ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ ଆଜିଠାରୁ ଖେଳାଯିବ। ଏହି ମ୍ୟାଚ ସାଉଥମ୍ପଟନରେ ଖେଳାଯିବ। ଏଡବାଷ୍ଟନଠାରେ ପୁନନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚରେ ପରାଜୟ ପରେ ବର୍ତ୍ତମାନ ଟିମ ଇଣ୍ଡିଆ ଏକ ବିଜୟ ସହିତ ଟି-୨୦ ସିରିଜ ଆରମ୍ଭ କରିବାକୁ ଚାହୁଁଛି। ରିଷଭ ପନ୍ତ, ବିରାଟ କୋହଲି, ଜଶପ୍ରୀତ ବୁମ୍‌ରାଙ୍କ ପରି ବରିଷ୍ଠ ଖେଳାଳିମାନେ ପ୍ରଥମ ଟି-୨୦ରେ ଖେଳୁ ନାହାଁନ୍ତି। ଏଭଳି ପରିସ୍ଥିତିରେ ଯୁବ ଖେଳାଳିମାନେ ପୁଣି ଥରେ ନିଜର ଛାପ ଛାଡିବାର ସୁଯୋଗ ପାଇବେ। ପ୍ରଥମ ଟି-୨୦ ମ୍ୟାଚରେ ଦୀନେଶ କାର୍ତ୍ତିକ ପନ୍ତଙ୍କ ସ୍ଥାନରେ ଉଇକେଟ କିପିଂ ଦାୟିତ୍ୱ ଗ୍ରହଣ କରିବେ।ତ୍‌
ବୁଧବାର ରୋହିତ ପ୍ରଥମ ଥର ପାଇଁ ଅଭ୍ୟାସ ସେସନରେ ଅଂଶଗ୍ରହଣ କରିଥିଲେ। ଟି-୨୦ ବିଶ୍ୱକପ ଦୃଷ୍ଟିରୁ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜର ଗୁରୁତ୍ୱପୂର୍ଣ୍ଣ। କରୋନାରୁ ସୁସ୍ଥ ହେବା ପରେ ରୋହିତ ଶର୍ମା କହିଛନ୍ତି ଯେ, ବିଶ୍ୱକପ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବାକୁ ଯାଉଛି, ତେଣୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ ଏବଂ ପ୍ରତ୍ୟେକ ମ୍ୟାଚ ଗୁରୁତ୍ୱପୂର୍ଣ୍ଣ। ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ଡେବ୍ୟୁ କରିଥିବା ଦ୍ରୁତ ବୋଲର ଉମ୍ରାନ ମଲିକ ଜଣେ ଭାରତୀୟ ରଣନୀତିର ଏକ ଅଂଶ।
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟି-୨୦ ମ୍ୟାଚ ଗୁରୁବାର ସାଉଥମ୍ପଟନରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ରାତି ୧୦.୩୦ରୁ ଖେଳାଯିବ। ସୋନି ସିକ୍ସ ଏବଂ ସୋନି ଏଚ୍‌ଡିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚର ଲାଇଭ ଟେଲିକାଷ୍ଟ ଆପଣ ଦେଖିପାରିବେ। ସୋନି ଲାଇଭ ଆପରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଦେଖିପାରିବେ।
ପ୍ରଥମ ଟି-୨୦ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ, ରିତୁରାଜ ଗାଇକ୍ୱାଡ, ସଞ୍ଜୁ ସାମସନ, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଦା, ରାହୁଲ ତ୍ରିପାଠୀ, ଦୀନେଶ କାର୍ତ୍ତିକ(ଉଇକେଟ୍‌ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେସ୍‌ ଆୟାର, ୟୁଜଭେନ୍ଦ୍ର ଚହଲ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଆବେଶ ଖାନ, ଅର୍ଶଦୀପ ସିଂ ଏବଂ ଉମ୍ରାନ ମଲ୍ଲିକ।
ଇଂଲଣ୍ଡର ସମ୍ଭାବ୍ୟ ଖେଳ: ଜେଶନ ରୟ, ଜୋସ ବଟଲର୍‌ (ଅଧିନାୟକ ଏବଂ ଉଇକେଟ୍‌ କିପର), ଡେଭିଡ ମଲାନ, ମୋଏନ ଅଲି, ଲିଆମ ଲିଭିଙ୍ଗଷ୍ଟୋନ, ହ୍ୟାରି ବ୍ରୁକ, ସାମ କୁରାନ, କ୍ରିସ ଜୋର୍ଡାନ, ଟାଇମଲ ମିଲ୍ସ, ରିସ ଟୋପଲ, ମ୍ୟାଟ ପାର୍କିନ୍ସନ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri