Posted inଖେଳ

ଲର୍ଡ୍ସରେ କିଏ ହେବ ବାଦ୍‌ଶାହା, କ’ଣ କହୁଛି ରେକର୍ଡ

ଲଣ୍ଡନ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ରୁ ଲର୍ଡସରେ ଖେଳାଯିବ। ଏହି ଟେଷ୍ଟ ମ୍ୟାଚ ପୂର୍ବରୁ, ଉଭୟ ଦଳର ଗୁରୁତ୍ୱପୂର୍ଣ୍ଣ ପରିସଂଖ୍ୟାନ ଏବଂ ରେକର୍ଡଗୁଡିକ ଆସନ୍ତୁ ଦେଖିବା…
ଲଡର୍‌ସ କ୍ରିକେଟ୍‌ ଗ୍ରାଉଣ୍ଡରେ ଭାରତ ୧୮ ଏବଂ ଇଂଲଣ୍ଡ ୧୩୮ ମ୍ୟାଚ୍‌ ଖେଳିଛନ୍ତି। ଭାରତ ଏହି ଗ୍ରାଉଣ୍ଡରେ ମାତ୍ର ୨ ଏବଂ ଇଂଲଣ୍ଡ ୫୫ଟି ମ୍ୟାଚ୍‌ ଜିତିଛନ୍ତି। ୧୯୯୦ ଭାରତ ଏହି ଗ୍ରାଉଣ୍ଡରେ ସର୍ବାଧିକ ୪୫୪ ରନ୍‌ କରିଥିଲା। ସେହିପରି ଇଂଲଣ୍ଡ ଦଳର ଏହି ସର୍ବାଧିକ ସ୍କୋର ହେଉଛି ୬୫୩। ୧୮୮୮ ଇଂଲଣ୍ଡ ଦଳ ଲର୍ଡସରେ ସର୍ବନିମ୍ନ ୫୩ ରନ୍‌ ସ୍କୋର କରିଥିବାବେଳେ ଭାରତର ସର୍ବନିମ୍ନ ସ୍କୋର ୪୨ ରହିଛି। ଲଡର୍‌ସ ଗ୍ରାଉଣ୍ଡ ଭାରତର ଦୀଲିପ ଭେଙ୍କସରକାର ସର୍ବାଧିକ ୩ ଶତକ ମାରିଥିବାବେଳେ ଇଂଲଣ୍ଡର ମାଇକେଲ୍‌ ଭନ ଏହି ଗ୍ରାଉଣ୍ଡରେ ସର୍ବାଧିକ ୬ଟି ଶତକ ମାରିଛନ୍ତି। ସେପରି ବୋଲିଂରେ ଇଂଲଣ୍ଡର ଜେମ୍ସ ଆଣ୍ଡରସନ ଏହି ଗ୍ରାଉଣ୍ଡରେ ୧୦୫ଟି ଉଇକେଟ୍‌ ନେଇଥିବାବେଳେ ଭାରତର ବିଶନ ସିଂ ବେଦି ଏବଂ କପିଳ ଦେବ ସର୍ବାଧିକ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri