Posted inଖେଳ

ଆଣ୍ଠୁରୁ ବୋହୁଥିଲା ଧାର ଧାର ରକ୍ତ; ତଥାପି ବୋଲିଂ କରି ଚାଲିଥିଲେ: ପ୍ରଶଂସକ କହିଲେ…

ଓଭାଲ,୩।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଗୁରୁବାର ଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ବୋଲରମାନେ ପ୍ରାଧାନ୍ୟ ବିସ୍ତାର କରିଥିଲେ ଏବଂ ମୋଟ ୧୩ ଉଇକେଟ ପଡିଥିଲା। କିନ୍ତୁ ଏହି ସମୟରେ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଆହତ ହେବା ପରେ ମଧ୍ୟ ବୋଲିଂ କରୁଥିବା ଦେଖାଯାଇଥିଲା। ପ୍ରଶଂସକମାନେ ଏଥିପାଇଁ ତାଙ୍କୁ ପ୍ରଶଂସା କରୁଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ ମାତ୍ର ୧୯୧ ରନ ସ୍କୋର କରିବା ପରେ ଟିମ ଇଣ୍ଡିଆ ଆଉଟ ହୋଇଥିଲା। ପ୍ରଥମ ଖେଳ ଶେଷ ହେବା ପରେ ଇଂଲଣ୍ଡ ପ୍ରଥମ ଇନିଂସରେ ୫୩ ରନରେ ତିନୋଟି ଉଇକେଟ ହରାଇଥିଲା।
ଭାରତୀୟ ଇନିଂସର ୪୦ ତମ ଓଭରରେ ଜେମ୍ସ ଆଣ୍ଡରସନ ବୋଲିଂ ବେଳେ ପିଚରେ ପଡ଼ିଯାଇଥିଲେ। ଏହି କାରଣରୁ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା ଏବଂ ରକ୍ତସ୍ରାବ ଆରମ୍ଭ ହୋଇଥିଲା। କିନ୍ତୁ ସେ ପଡ଼ିଆରେ ଫିଜିଓକୁ ଡାକି ନ ଥିଲେ ଏବଂ ବୋଲିଂ ଜାରି ରଖିଥିଲେ। ଆଣ୍ଡରସନଙ୍କ ଏହି ଦୃଢତା ଦେ ପ୍ରଶଂସକ ଉଚ୍ଚ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ ୩୯ ବର୍ଷ ବୟସ ହେବା ପରେ ମଧ୍ୟ ଖେଳ ପ୍ରତି ତାଙ୍କର ଆଗ୍ରହ କମିନାହିଁ।
ଚତୁର୍ଥ ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ, କାରଣ ୫ ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ବରାବର ହୋଇଛି । ପ୍ରଥମ ଇନିଂସ ଆଧାରରେ ଇଂଲଣ୍ଡ ଦଳ୧୩୮ ରନ ପଛରେ ରହିଛି ଏବଂ ୭ ଟି ଉଇକେଟ ବାକି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri