Posted inଖେଳ

ଆଜି ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଖେଳିବ ଭାରତ; ଜାଣନ୍ତୁ କେବେ, କେଉଁଠି ଆଉ କେମିତି ଦେଖିବେ ସିଧା ପ୍ରସାରଣ

ଦୁବାଇ,୧୮।୧୦: ଭାରତ-ଇଂଲଣ୍ଡ ମଧ୍ୟରେ ସୋମବାର ଟି-୨୦ ବିଶ୍ୱକପ୍‌ର ଅଭ୍ୟାସ ମ୍ୟାଚ୍‌ ଅନୁଷ୍ଠିତ ହେବ। ଉଭୟ ଟିମ୍‌ ସୁପର-୧୨ରେ ଅଛନ୍ତି। ଚଳିତ ସପ୍ତାହରୁ ଦଳଗୁଡ଼ିକ ନିଜ ନିଜର ଅଭିଯାନ ଆରମ୍ଭ କରିବେ। ତେବେ ପାକିସ୍ତାନ ବିପକ୍ଷରେ ଅକ୍ଟୋବର ୨୪ରେ ଭାରତ ବିଶ୍ୱକପ୍‌ର ପ୍ରଥମ ମୁକାବିଲା ଖେଳିବ। ସେହିଭଳି ଇଂଲଣ୍ଡ ଟିମ୍‌ ଅକ୍ଟୋବର ୨୩ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ।

ଭାରତୀୟ ଟିମ୍‌ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇଟି ଅଭ୍ୟାସ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ରେ ଉଭୟ ଟିମ୍‌ ନିଜ ନିଜ ଖେଳାଳିଙ୍କ ପ୍ରଦର୍ଶନ ଉପରେ ନଜର ରଖିବ। ତେବେ ଆସନ୍ତୁ ଜାଣିବା ସୋମବାର ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ୍‌କୁ କେବେ ଏବଂ କେଉଁଠି ଦେଖିବେ।

କେବେ ଏବଂ କେଉଁ ସମୟରେ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହେବ?
ଭାରତ ବନାମ ଇଂଲଣ୍ଡର ଅଭ୍ୟାସ ମ୍ୟାଚ୍‌ ସୋମବାର ଭାରତୀୟ ସମୟାନୁସାରେ ଅପରାହ୍ନ ୭ଟା ୩୦ ମିନିଟ୍‌ରେ ଆରମ୍ଭ ହେବ। ୭ଟାରେ ଟସ୍‌ ପଡ଼ିବ।

କେଉଁ ଚ୍ୟାନେଲରେ ଏହାର ଲାଇଭ ପ୍ରସାରଣ ହେବ?
ଏହି ଅଭ୍ୟାସ ମ୍ୟାଚ୍‌ର ଲାଇଭ ପ୍ରସାରଣ ଷ୍ଟାର ସ୍ପୋଟ୍ସର ସମସ୍ତ ଭାଷାର ଚ୍ୟାନେଲରେ ଉପଲବ୍ଧ ହେବ।

ଅନ୍‌ଲାଇନ୍‌ରେ କେଉଁଠି ଦେଖିବେ?
ଏହି ଅଭ୍ୟାସ ମ୍ୟାଚ୍‌କୁ ଅନ୍‌ଲାଇନ୍‌ରେ ଡିଜ୍‌ନି+ହଟ୍‌ଷ୍ଟାର ଆପ୍‌ରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?