Posted inଖେଳ

ଆଜି ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଖେଳିବ ଭାରତ; ଜାଣନ୍ତୁ କେବେ, କେଉଁଠି ଆଉ କେମିତି ଦେଖିବେ ସିଧା ପ୍ରସାରଣ

ଦୁବାଇ,୧୮।୧୦: ଭାରତ-ଇଂଲଣ୍ଡ ମଧ୍ୟରେ ସୋମବାର ଟି-୨୦ ବିଶ୍ୱକପ୍‌ର ଅଭ୍ୟାସ ମ୍ୟାଚ୍‌ ଅନୁଷ୍ଠିତ ହେବ। ଉଭୟ ଟିମ୍‌ ସୁପର-୧୨ରେ ଅଛନ୍ତି। ଚଳିତ ସପ୍ତାହରୁ ଦଳଗୁଡ଼ିକ ନିଜ ନିଜର ଅଭିଯାନ ଆରମ୍ଭ କରିବେ। ତେବେ ପାକିସ୍ତାନ ବିପକ୍ଷରେ ଅକ୍ଟୋବର ୨୪ରେ ଭାରତ ବିଶ୍ୱକପ୍‌ର ପ୍ରଥମ ମୁକାବିଲା ଖେଳିବ। ସେହିଭଳି ଇଂଲଣ୍ଡ ଟିମ୍‌ ଅକ୍ଟୋବର ୨୩ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ।

ଭାରତୀୟ ଟିମ୍‌ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇଟି ଅଭ୍ୟାସ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ରେ ଉଭୟ ଟିମ୍‌ ନିଜ ନିଜ ଖେଳାଳିଙ୍କ ପ୍ରଦର୍ଶନ ଉପରେ ନଜର ରଖିବ। ତେବେ ଆସନ୍ତୁ ଜାଣିବା ସୋମବାର ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ୍‌କୁ କେବେ ଏବଂ କେଉଁଠି ଦେଖିବେ।

କେବେ ଏବଂ କେଉଁ ସମୟରେ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହେବ?
ଭାରତ ବନାମ ଇଂଲଣ୍ଡର ଅଭ୍ୟାସ ମ୍ୟାଚ୍‌ ସୋମବାର ଭାରତୀୟ ସମୟାନୁସାରେ ଅପରାହ୍ନ ୭ଟା ୩୦ ମିନିଟ୍‌ରେ ଆରମ୍ଭ ହେବ। ୭ଟାରେ ଟସ୍‌ ପଡ଼ିବ।

କେଉଁ ଚ୍ୟାନେଲରେ ଏହାର ଲାଇଭ ପ୍ରସାରଣ ହେବ?
ଏହି ଅଭ୍ୟାସ ମ୍ୟାଚ୍‌ର ଲାଇଭ ପ୍ରସାରଣ ଷ୍ଟାର ସ୍ପୋଟ୍ସର ସମସ୍ତ ଭାଷାର ଚ୍ୟାନେଲରେ ଉପଲବ୍ଧ ହେବ।

ଅନ୍‌ଲାଇନ୍‌ରେ କେଉଁଠି ଦେଖିବେ?
ଏହି ଅଭ୍ୟାସ ମ୍ୟାଚ୍‌କୁ ଅନ୍‌ଲାଇନ୍‌ରେ ଡିଜ୍‌ନି+ହଟ୍‌ଷ୍ଟାର ଆପ୍‌ରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri