Posted inଖେଳ

India vs England Leeds Test: ହାତରେ କଳାପଟ୍ଟି ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି: ଜାଣନ୍ତୁ କାହିଁକି

ଲିଡ୍ସ,୨୦।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଲିଡ୍ସରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍‌ରେ ଖେଳାଳିମାନେ ହାତରେ କଳା ପଟ୍ଟି ବାନ୍ଧିଛନ୍ତି। ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ସମସ୍ତ ଖେଳାଳି କଳାପଟ୍ଟି ବାନ୍ଧିଛନ୍ତି। ଏହାସହ ମୃତକଙ୍କ ଆତ୍ମାର ଶାନ୍ତି ପାଇଁ ଏକ ମିନିଟ ନୀରବ ପ୍ରାର୍ଥନା ମଧ୍ୟ କରାଯାଇଥିଲା।

ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଷ୍ଟାଡିୟମରେ ଉଭୟ ଦେଶର ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହି ସମୟରେ ଭାରତ ଏବଂ ଇଂଲଣ୍ଡର ସମସ୍ତ ଖେଳାଳି ହାତରେ କଳା ପଟ୍ଟି ପିନ୍ଧିଥିବା ଦେଖାଯାଇଥିଲା। ଏହି ମ୍ୟାଚ ମାଧ୍ୟମରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ECB) ଏବଂ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିପାଇଁ ଷ୍ଟାଡିୟମରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଜୁନ ୧୨ ତାରିଖରେ ଗୁୁରାଟର ରାଜଧାନୀ ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ବିମାନରେ ୨୩୦ ଜଣ ଯାତ୍ରୀ ଏବଂ ୧୨ ଜଣ କ୍ରୁ ସଦସ୍ୟ ଥିଲେ। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏହି ବିମାନଟି ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର ପାଞ୍ଚ ମିନିଟ ପରେ ଏକ ହଷ୍ଟେଲ ସହିତ ଧକ୍କା ହୋଇଥିଲା। ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଏହି ଦୁର୍ଘଟଣାରେ କେବଳ ଜଣେ ବ୍ୟକ୍ତି ବଞ୍ଚି ଯାଇଥିଲେ। ଏହି ଦୁର୍ଘଟଣାରେ ମୋଟ ୨୭୦ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା କେବଳ ଭାରତବାସୀଙ୍କୁ ନୁହେଁ ବରଂ ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri